ଆଶ୍ୱସ୍ତିକର ଖବର: ୫ ଦିନ ପରେ ଦେଶରେ ୪୦ ହଜାରରୁ କମ୍ ମାମଲା ଚିହ୍ନଟ, ଆଖି ବୁଜିଲେ ଏତିକି ସଂକ୍ରମିତ
Advertisement
Article Detail0/zeeodisha/odisha980287

ଆଶ୍ୱସ୍ତିକର ଖବର: ୫ ଦିନ ପରେ ଦେଶରେ ୪୦ ହଜାରରୁ କମ୍ ମାମଲା ଚିହ୍ନଟ, ଆଖି ବୁଜିଲେ ଏତିକି ସଂକ୍ରମିତ

Coronavirus in India: ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ସୋମବାର ୨୬,୭୦୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୨ ଲକ୍ଷ ୭ ହଜାର ୮୩୮କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୪ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୧,୪୯୬ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି ।

ଆଶ୍ୱସ୍ତିକର ଖବର: ୫ ଦିନ ପରେ ଦେଶରେ ୪୦ ହଜାରରୁ କମ୍ ମାମଲା ଚିହ୍ନଟ, ଆଖି ବୁଜିଲେ ଏତିକି ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ମାମଲାରେ ହ୍ରାସ ବୃଦ୍ଧି ଲାଗିରହିଛ । ବିଗତ ୫ ଦିନ ପରେ ଦେଶରେ ୪୦ ହଜାରରୁ କମ୍ କୋରୋନା ମାମଲା ଚିହ୍ନଟ ହୋଇଛି । ସୋମବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୮ ହଜାର ୯୪୮ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୧୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୩,୯୦୩ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଦିନକରେ ୫,୧୭୪ ସଂକ୍ରମିତ ମାମଲାରେ ବୃଦ୍ଧି ଘଟିଛି । ଏହା ପୂର୍ବରୁ ଗୋଟିଏ ଦିନରେ ୪୨,୭୬୬ ସଂକ୍ରମିତ ଚିହ୍ନଟ ହୋଇଥିଲା ।

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ସୋମବାର ୨୬,୭୦୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୨ ଲକ୍ଷ ୭ ହଜାର ୮୩୮କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୪ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୧,୪୯୬ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି ।

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୦ ଲକ୍ଷ ୨୭ ହଜାର ୬୨୧ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୨୧ ଲକ୍ଷ ୮୧ ହଜାର ୯୯୫ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୪ ଲକ୍ଷ ୪ ହଜାର ୮୭୪ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୪୦ ହଜାର ୭୫୨ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ସେପ୍ଟେମ୍ୱର ୫ ପର୍ଯ୍ୟନ୍ତ ସାରା ଦେଶରେ ୬୮ କୋଟି ୭୫ ଲକ୍ଷ ୪୧ ହଜାର କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୫ ଲକ୍ଷ ୨୩ ହଜାର କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୫୩ କୋଟି ୧୪ ଲକ୍ଷ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୪ ଲକ୍ଷ ୧୦ ହଜାର କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୪ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୨୪ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ସପ୍ତମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

ଅଧିକ ପଢ଼ନ୍ତୁ:-ପଞ୍ଜଶୀର ଯୁଦ୍ଧରେ ତାଲିବାନ ପକ୍ଷରୁ ପାକିସ୍ତାନର ଏଣ୍ଟ୍ରି, ବାୟୁସେନା କଲା ଡ୍ରୋନ୍ ଆକ୍ରମଣ

ଅଧିକ ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଅଧିକ ପଢ଼ନ୍ତୁ:-ପଞ୍ଜଶୀରରେ ସଂଘର୍ଷ: ୬୦୦ରୁ ଉର୍ଦ୍ଧ୍ୱ ତାଲିବାନ ଆତଙ୍କୀ ନିହତ, ୧୦୦୦ରୁ ଅଧିକ କଲେ ଆତ୍ମସମର୍ପଣ

ଅଧିକ ପଢ଼ନ୍ତୁ:-କ୍ଷମତା ପାଇଁ ତାଲିବାନ ଓ ହକ୍କାନି ନେଟୱାର୍କ ମଧ୍ୟରେ ସଂଘର୍ଷ, ଆହତ ହେଲା ମୁଲ୍ଲା ବରାଦର