ପୁଣି ବଢ଼ିଲା କୋରୋନା ମାମଲା: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ, ଆଖି ବୁଜିଲେ ୫୪୬ ସଂକ୍ରମିତ
Advertisement

ପୁଣି ବଢ଼ିଲା କୋରୋନା ମାମଲା: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ, ଆଖି ବୁଜିଲେ ୫୪୬ ସଂକ୍ରମିତ

ଦେଶର ୮ଟି ରାଜ୍ୟରେ ସମ୍ପୂର୍ଣ୍ଣ ଲକଡାଉନ୍ ଭଳି ପ୍ରତିବନ୍ଧକ ଅଛି । ଏଥିମଧ୍ୟରେ ପଶ୍ଚିମବଙ୍ଗ, ହିମାଚଳ ପ୍ରଦେଶ, ଝାଡଖଣ୍ଡ, ଓଡିଶା, ତାମିଲନାଡୁ, ମିଜୋରାମ, ଗୋଆ ଏବଂ ପୁଡୁଚେରୀ ଅନ୍ତର୍ଭୁକ୍ତ ରହିଛି । ପୂର୍ବ ଲକଡାଉନ୍ ପରି ଏଠାରେ କଡା ପ୍ରତିବନ୍ଧକ ଲଗାଯାଇଛି ।

ପୁଣି ବଢ଼ିଲା କୋରୋନା ମାମଲା: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ, ଆଖି ବୁଜିଲେ ୫୪୬ ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁର ମାମଲାରେ ଲଗାତର ହ୍ରାସ ବୃଦ୍ଧି ଦେଖାଯାଉଛି । ପ୍ରତିଦିନ ପ୍ରାୟ ୪୦ ହଜାର  କୋରୋନା ମାମଲା ସାମ୍ନାକୁ ଆସୁଛି । ଶନିବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯ ହଜାର ୦୯୭ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୪୬ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହାସହ ଚିନ୍ତାର ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସଂକ୍ରମିତଙ୍କ ସୁସ୍ଥ ହାରରେ ହ୍ରାସ ଘଟିଛି । ଦିନକରେ ଦେଶରେ ୩୫,୦୮୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଫଳରେ ଦିନକରେ ୩,୪୬୪ ସଂକ୍ରମିତ ମାମଲା ବଢ଼ିଯାଇଛି । 

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୧୩ ଲକ୍ଷ ୩୨ ହଜାର କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୫ ଲକ୍ଷ ୩ ହଜାର ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୪ ଲକ୍ଷ ୮ ହଜାର ୯୯୭ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୨୦ ହଜାର ୧୬ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଅଧିକ ପଢ଼ନ୍ତୁ:-ଅଗଷ୍ଟ ୧ରୁ ଲାଗୁ ହେବ ଦରମା, ପେନସନ୍ ଏବଂ EMI ପେମେଣ୍ଟ ପାଇଁ ନୂଆ ନିୟମ!

ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ଜୁଲାଇ ୨୩ ପର୍ଯ୍ୟନ୍ତ ସାରା ଦେଶରେ ୪୨ କୋଟି ୭୮ ଲକ୍ଷ ୮୨ ହଜାର ୨୬୧ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୨ ଲକ୍ଷ ୬୭ ହଜାର ୭୯୯ ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୪୫ କୋଟି ୪୫ ଲକ୍ଷ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୬ ଲକ୍ଷ ୩୧ ହଜାର କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତରୁ କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୪ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୩୦ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ସପ୍ତମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

୮ଟି ରାଜ୍ୟରେ ଲକଡାଉନ୍ ପରି ପ୍ରତିବନ୍ଧକ

ଦେଶର ୮ଟି ରାଜ୍ୟରେ ସମ୍ପୂର୍ଣ୍ଣ ଲକଡାଉନ୍ ଭଳି ପ୍ରତିବନ୍ଧକ ଅଛି । ଏଥିମଧ୍ୟରେ ପଶ୍ଚିମବଙ୍ଗ, ହିମାଚଳ ପ୍ରଦେଶ, ଝାଡଖଣ୍ଡ, ଓଡିଶା, ତାମିଲନାଡୁ, ମିଜୋରାମ, ଗୋଆ ଏବଂ ପୁଡୁଚେରୀ ଅନ୍ତର୍ଭୁକ୍ତ ରହିଛି । ପୂର୍ବ ଲକଡାଉନ୍ ପରି ଏଠାରେ କଡା ପ୍ରତିବନ୍ଧକ ଲଗାଯାଇଛି ।

ଅଧିକ ପଢ଼ନ୍ତୁ:-ପେଟ ସମ୍ବନ୍ଧୀୟ ରୋଗ ପାଇଁ ଲାଭଦାୟକ ହୋଇଥାଏ ସେଥିର ସେବନ, ଜାଣନ୍ତୁ ଏହାର ଅନ୍ୟାନ୍ୟ ଉପକାରିତା

୨୩ଟି ରାଜ୍ୟ /କେନ୍ଦ୍ର ଶାସିତ ଅଞ୍ଚଳରେ ଆଂଶିକ ଲକଡାଉନ୍ 

ଦେଶର ୨୩ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ଆଂଶିକ ତାଲା ପଡିଛି । ଏଠାରେ ପ୍ରତିବନ୍ଧକ ସହିତ ରିହାତି ମଧ୍ୟ ଅଛି । ଏଥିମଧ୍ୟରେ ଛତିଶଗଡ, କର୍ଣ୍ଣାଟକ, କେରଳ, ବିହାର, ଦିଲ୍ଲୀ, ମହାରାଷ୍ଟ୍ର, ରାଜସ୍ଥାନ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ହରିୟାଣା, ପଞ୍ଜାବ, ଜମ୍ମୁ-କଶ୍ମୀର, ଲଦାଖ, ଉତ୍ତରପ୍ରଦେଶ, ଅରୁଣାଚଳ ପ୍ରଦେଶ, ସିକ୍କିମ, ମେଘାଳୟ, ନାଗାଲାଣ୍ଡ, ଆସାମପୁର ପ୍ରଦେଶ ଏବଂ ଗୁଜରାଟ ଅନ୍ତର୍ଭୁକ୍ତ ରହିଛି ।

ଅଧିକ ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍