ପୁଣି କମିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha726415

ପୁଣି କମିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ(Silver Price)ରେ ବୃଦ୍ଧି ଘଟିଛି । ଆଜି ରୁପା ଦରରେ ୯୪୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୫,୧୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭୪,୨୧୦ ଟଙ୍କା ଥିଲା ।

ପୁଣି କମିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: କୋରୋନା ସଙ୍କଟ ମଧ୍ୟରେ ବୈଶ୍ୱିକ ସ୍ତରରେ ମୂଲ୍ୟବାନ ଧାତୁର ମୂଲ୍ୟରେ କ୍ରମାଗତ ପରିବର୍ତ୍ତନ ଦେଖାଦେଉଛି । ଯାହାର ପ୍ରଭାବ ଭାରତୀୟ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି ସପ୍ତାହର ପ୍ରଥମ ଦିନ ଅର୍ଥାତ ସୋମବାର ସୁନା-ରୁପା ମୂଲ୍ୟ(Gold-Silver Rate)ରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି(ଅଗଷ୍ଟ ୧୦) ଦେଶରେ ୧୦ ଗ୍ରାମ ସୁନା ଦରରେ ୧୧୦ ଟଙ୍କା ବୃଦ୍ଧି ପାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ(Gold Price) ୫୫,୩୭୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୫,୨୬୦ ଟଙ୍କା ଥିଲା । ସେହିପରି ଦେଶରେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୧୦ ଟଙ୍କା ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ଦର ୫୪,୩୭୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୫୪,୨୬୦ ଟଙ୍କା ଥିଲା ।

ସେହିପରି ଆଜି ଦେଶରେ ରୁପା ମୂଲ୍ୟ(Silver Price)ରେ ବୃଦ୍ଧି ଘଟିଛି । ଆଜି ରୁପା ଦରରେ ୯୪୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୫,୧୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭୪,୨୧୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ଖୁବ୍ ଶୀଘ୍ର ଏହି ଉପହାର ଦେବାକୁ ଯାଉଛନ୍ତି ମୋଦି ସରକାର

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱର(Bhubaneswar)ରେ ସୁନା ମୂଲ୍ୟ(Gold Rate)ରେ ହ୍ରାସ ରେକର୍ଡ କରାଯାଇଛି । ଆଜି ସୁନା ମୂଲ୍ୟରେ ୨୩୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୮,୪୭୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୮,୭୦୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୨୩୦ ଟଙ୍କା ଖସିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୩,୫୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୫୩,୮୧୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-ଭୁବନେଶ୍ୱରରେ ପୁଣି କମିଲା ପେଟ୍ରୋଲ-ଡିଜେଲ ଦର

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ଦର(Silver Price) ବଢ଼ିଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୯୪୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୫,୧୫୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୪,୨୧୦ ଟଙ୍କା ଥିଲା ।