ପୁଣି ଖସିଲା ସୁନା-ରୁପା ମୂଲ୍ୟ, ଜାଣନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha836868

ପୁଣି ଖସିଲା ସୁନା-ରୁପା ମୂଲ୍ୟ, ଜାଣନ୍ତୁ ଆଜିର ରେଟ୍

ବୁଧବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ମଙ୍ଗଳବାର ଦେଶରେ ରୁପା ମୂଲ୍ୟରେ ୨୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ବୁଧବାର ରୂପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୨୦୦ ଟଙ୍କାରେ ପହଞ୍ଚିଛି ।

ପୁଣି ଖସିଲା ସୁନା-ରୁପା ମୂଲ୍ୟ, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ବୁଧବାର ସୁନା-ରୁପା ମୂଲ୍ୟ (Gold-Silver Price) ରେ ହ୍ରାସ ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ଦରରେ ମଧ୍ୟ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ମଙ୍ଗଳବାର ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା ।  ଅନ୍ୟପଟେ ବୁଧବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦର (Gold Price) ରେ ୩୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୦୦୦ ଟଙ୍କାରେ ପହଞ୍ଚିଛି । ମଙ୍ଗଳବାର ଏହାର ମୂଲ୍ୟ ୪୯,୩୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୩୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୩୩୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ମଙ୍ଗଳବାର ଏହାର ମୂଲ୍ୟ ୪୮,୩୩୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଦୀପ ସିଦ୍ଧୁଙ୍କଠୁ ନିଜକୁ ଅଲଗା କଲେ ସନ୍ନି ଦେଓଲ, ଜାଣନ୍ତୁ ଲାଲକିଲ୍ଲାରେ ପତାକା ଉଡ଼ାଇଥିବା ଲୋକଙ୍କ ମଧ୍ୟରେ ସାମିଲ ଏହି ବ୍ୟକ୍ତି ଜଣକ କିଏ?

ସେହିପରି ବୁଧବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ମଙ୍ଗଳବାର ଦେଶରେ ରୁପା ମୂଲ୍ୟରେ ୨୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ବୁଧବାର ରୂପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୨୦ ଟଙ୍କା ରହିଛି । ଯାହା ଗତକାଲି ୬,୬୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଅମ୍ୱାନୀ ପରି କୋଟିପତି ମହାମାରୀରେ ହୋଇଛନ୍ତି ଅଧିକ ଧନୀ, ଗରିବ କିନ୍ତୁ ହେଲା ଆହୁରି ଗରିବ: Oxfam

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ହ୍ରାସ ଘଟିଛି । ମଙ୍ଗଳବାର ଭୁବନେଶ୍ୱରରେ ସୁନା ଦରରେ ୧୧୦ ଟଙ୍କାର ବୃଦ୍ଧି ଘଟି ଥିଲା । ଅନ୍ୟପଟେ ବୁଧବାର ୧୦ ଗ୍ରାମ ସୁନା ମୂଲ୍ୟରେ ୩୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୦,୨୩୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୭୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୬,୦୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କର୍ମଚାରୀଙ୍କ ଏପ୍ରିଲରୁ ବଢ଼ିବ ଗ୍ରାଚ୍ୟୁଇଟି ଓ PF, କିନ୍ତୁ ହାତରେ ଆସିବ କମ୍ ଟଙ୍କା!

ସେପଟେ ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ମଙ୍ଗଳବାର ରୁପା ମୂଲ୍ୟରେ ୪,୮୦୦ ଟଙ୍କାର ହ୍ରାସ ଘଟିଥିଲା । ସେପଟେ ଆଜି ରୁପା ମୂଲ୍ୟରେ ୪,୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୦୭୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୬୫୦ ଟଙ୍କା ଥିଲା ।