ଆହୁରି ଖସିଲା ସୁନା-ରୁପା ମୂଲ୍ୟ, ଜାଣନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha837641

ଆହୁରି ଖସିଲା ସୁନା-ରୁପା ମୂଲ୍ୟ, ଜାଣନ୍ତୁ ଆଜିର ରେଟ୍

ଗୁରୁବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ବୁଧବାର ଦେଶରେ ରୁପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ବୁଧବାର ରୂପା ମୂଲ୍ୟରେ ୨୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୦୦୦ ଟଙ୍କାରେ ପହଞ୍ଚିଛି ।

ଆହୁରି ଖସିଲା ସୁନା-ରୁପା ମୂଲ୍ୟ, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଗୁରୁବାର ସୁନା-ରୁପା ମୂଲ୍ୟ (Gold-Silver Price) ରେ ହ୍ରାସ ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ଦରରେ ମଧ୍ୟ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ବୁଧବାର ସୁନା ମୂଲ୍ୟରେ ୩୩୦ ଟଙ୍କାର ହ୍ରାସ ଘଟିଛି । ସେହିପରି ଗୁରୁବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦର (Gold Price) ରେ ୨୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୮୦୦୦ ଟଙ୍କାରେ ପହଞ୍ଚିଛି । ବୁଧବାର ଏହାର ମୂଲ୍ୟ ୪୯,୦୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୮୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ମଙ୍ଗଳବାର ଏହାର ମୂଲ୍ୟ ୪୮,୦୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଦୀପ ସିଦ୍ଧୁଙ୍କଠୁ ନିଜକୁ ଅଲଗା କଲେ ସନ୍ନି ଦେଓଲ, ଜାଣନ୍ତୁ ଲାଲକିଲ୍ଲାରେ ପତାକା ଉଡ଼ାଇଥିବା ଲୋକଙ୍କ ମଧ୍ୟରେ ସାମିଲ ଏହି ବ୍ୟକ୍ତି ଜଣକ କିଏ?

ସେହିପରି ଗୁରୁବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ବୁଧବାର ଦେଶରେ ରୁପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ବୁଧବାର ରୂପା ମୂଲ୍ୟରେ ୨୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୦୦ ଟଙ୍କା ରହିଛି । ଯାହା ଗତକାଲି ୬,୬୨୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଅମ୍ୱାନୀ ପରି କୋଟିପତି ମହାମାରୀରେ ହୋଇଛନ୍ତି ଅଧିକ ଧନୀ, ଗରିବ କିନ୍ତୁ ହେଲା ଆହୁରି ଗରିବ: Oxfam

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ହ୍ରାସ ଘଟିଛି । ବୁଧବାର ଭୁବନେଶ୍ୱରରେ ସୁନା ଦରରେ ୧୦୦ ଟଙ୍କାର ହ୍ରାସ ଘଟି ଥିଲା । ସେହିପରି ଗୁରୁବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୯୦୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୬୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୫,୭୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କର୍ମଚାରୀଙ୍କ ଏପ୍ରିଲରୁ ବଢ଼ିବ ଗ୍ରାଚ୍ୟୁଇଟି ଓ PF, କିନ୍ତୁ ହାତରେ ଆସିବ କମ୍ ଟଙ୍କା!

ଗୁରୁବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ବୁଧବାର ରୁପା ମୂଲ୍ୟରେ ୪,୨୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେପଟେ ଆଜି ରୁପା ମୂଲ୍ୟରେ ୪,୭୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୭୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭,୦୭୦ ଟଙ୍କା ଥିଲା ।