ପୁଣି ଖସିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha804861

ପୁଣି ଖସିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧,୦୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ଆଜି ରୁପା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୪୧୦ ଟଙ୍କାରେ ପହଞ୍ଚିଛି ।

ପୁଣି ଖସିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: କ୍ରମାଗତ ତୃତୀୟ ଦିନ ସୁନା ମୂଲ୍ୟ (Gold Price) ରେ ହ୍ରାସ ରେକର୍ଡ କରାଯାଇଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ମଧ୍ୟ ହ୍ରାସ ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଗୁରୁବାର ସୁନା ମୂଲ୍ୟରେ ୫୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପକ୍ଷେ ଆଜି (ଶୁକ୍ରବାର) ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୨୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୦୫୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୯,୨୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୦୫୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୮,୨୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କିଏ କିଣୁଛି ସମସ୍ତ କୋରୋନା ଟିକା, ଜାଣନ୍ତୁ କ'ଣ ରହିଛି ଭାରତର ସ୍ଥିତି?

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧,୦୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ଆଜି ରୁପା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୪୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୩୪୧ ଟଙ୍କା ରହିଛି । ଯାହା ଗତକାଲି ୬,୩୪୦ ଟଙ୍କା ଥିଲା ।

ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ କୌଣସି ପରିବର୍ତ୍ତନ ଆସିନାହିଁ । ଗୁରୁବାର ଭୁବନେଶ୍ୱରରେ ସୁନା ଦରରେ ୪୩୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୦୭୦ ଟଙ୍କା ରହିଛି । ଯାହା ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୫୦୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ କୌଣସି ପରିବର୍ତ୍ତନ ଦେଖାଯାଇ ନାହିଁ । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୯୦୦ ଟଙ୍କା ରହିଛି । ଯାହା ଗତକାଲି ୪୬,୩୦୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-ଏନଡିଏରେ କୁଶୱାହାଙ୍କ ଏଣ୍ଟ୍ରି, ଚିରାଗଙ୍କୁ ବାହାରର ରାସ୍ତା! ଜାଣନ୍ତୁ ବିହାରର ନୂଆ ରାଜନୈତିକ ସମୀକରଣ

ସେପଟେ ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଗତକାଲି ରୁପା ମୂଲ୍ୟରେ ୧,୨୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ଆଜି ମଧ୍ୟ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୮୦୦ ଟଙ୍କା ରହିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୮୦ ଟଙ୍କାରେ ରହିଛି । ଯାହା ଗତକାଲି ୬,୮୦୦ ଟଙ୍କା ଥିଲା ।