ଖସିଲା ସୁନା ଦର, ଜାଣନ୍ତୁ ଆଜି କ'ଣ ରହିଛି ରୁପା ରେଟ୍
Advertisement
Article Detail0/zeeodisha/odisha809749

ଖସିଲା ସୁନା ଦର, ଜାଣନ୍ତୁ ଆଜି କ'ଣ ରହିଛି ରୁପା ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧୪୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ଆଜି ରୁପା ଦରରେ ୭୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୭୦୦ ଟଙ୍କାରେ ପହଞ୍ଚିଛି ।

ଖସିଲା ସୁନା ଦର, ଜାଣନ୍ତୁ ଆଜି କ'ଣ ରହିଛି ରୁପା ରେଟ୍

ନୂଆଦିଲ୍ଲୀ: ଆଜି ସୁନା ମୂଲ୍ୟ (Gold-Silver Price) ରେ ହ୍ରାସ ଘଟିଛି । ଅନ୍ୟପଟେ ବୈଶ୍ୱିକ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ହ୍ରାସ-ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଗୁରୁବାର ସୁନା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି (ଶୁକ୍ରବାର) ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୭୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୯,୭୧୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୭୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୮,୭୧୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଭାରତକୁ 'ମୁଦ୍ରା ମନିପୁଲେଟର' ତାଲିକାରେ ରଖିଛି ଆମେରିକା, ଜାଣନ୍ତୁ ଏହାର କ'ଣ ପଡ଼ିବ ପ୍ରଭାବ?

ସେପଟେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧୪୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ଆଜି ରୁପା ଦରରେ ୭୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୭୦ ଟଙ୍କା ରହିଛି । ଯାହା ଗତକାଲି ୬,୭୦୦ ଟଙ୍କା ଥିଲା ।

ଅନ୍ୟପକ୍ଷେ ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଗୁରୁବାର ଭୁବନେଶ୍ୱରରେ ସୁନା ଦରରେ ୨୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୪୫୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୦୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୦,୬୦୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୬,୪୦୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ବିଜେପିଠୁ 'ପ୍ରତିଶୋଧ' ନେବ ଜେଡିୟୁ!

ସେହିପରି ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୧୭୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଆଜି ରୁପା ମୂଲ୍ୟରେ ୯୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୧୫୦ ଟଙ୍କା ରହିଛି । ଯାହା ଗତକାଲି ୭,୦୬୦ ଟଙ୍କା ଥିଲା ।