ଆଜି ଦେଶରେ ରୁପା ମୂଲ୍ୟ(Silver Price)ରେ ବୃଦ୍ଧି ଦେଖାଦେଇଛି । ଆଜି ରୁପା ଦରରେ ୮୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୭,୦୦୦ ଟଙ୍କା ଥିଲା ।
Trending Photos
ନୂଆଦିଲ୍ଲୀ: ଦେଶରେ ଲଗାତର ତୃତୀୟ ଦିନରେ ସୁନା ମୂଲ୍ୟ(Gold Rate)ରେ ହ୍ରାସ ରେକର୍ଡ କରାଯାଇଛି । ଅନ୍ୟପକ୍ଷେ ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଭାରତର ଘରୋଇ ବଜାରରେ ମଧ୍ୟ ପଡ଼ିଛି । ଆଜି ଅର୍ଥାତ ଶୁକ୍ରବାର ଦେଶରେ ସୁନା ଦରରେ ହ୍ରାସ ଘଟିଛି । ଆଜି ୧୦ ଗ୍ରାମ ସୁନା ଦର(Gold Rate)ରେ ୧୦ ଟଙ୍କା ହ୍ରାସ ରେକର୍ଡ କରାଯାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ(Gold Price) ୫୧,୯୮୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୧,୯୯୦ ଟଙ୍କା ଥିଲା । ସେହିପରି ଦେଶରେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ଦର ୫୦,୯୮୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୫୦,୯୯୦ ଟଙ୍କା ଥିଲା ।
ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟ(Silver Price)ରେ ବୃଦ୍ଧି ଦେଖାଦେଇଛି । ଆଜି ରୁପା ଦରରେ ୮୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୭,୦୦୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ବେକାରୀଙ୍କୁ ମୋଦି ସରକାରଙ୍କ ବଡ଼ ଉପହାର, ୩ ମାସ ଯାଏ ମିଳିବ ଅଧା ଦରମା !
ଅଧିକ ପଢ଼ନ୍ତୁ:-ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ବିମାନ ଟିକେଟ୍, ସରକାର ବୃଦ୍ଧି କଲେ ବିମାନ ଯାତ୍ରା ସହ ଜଡିତ ଏହି ଶୁଳ୍କ
ଅନ୍ୟପଟେ ରାଜଧାନୀ ଭୁବନେଶ୍ୱର(Bhubaneswar)ରେ ସୁନା ମୂଲ୍ୟ(Gold Rate)ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଆଜି ୧୦ ଗ୍ରାମ ସୁନା ମୂଲ୍ୟ ୫୫,୪୬୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୫,୪୬୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ କୌଣସି ବୃଦ୍ଧି ଘଟିନାହିଁ । ଫଳରେ ଆଜି ୧୦ ଗ୍ରାମ ସୁନା ମୂଲ୍ୟ ୫୦,୫୪୦ ଟଙ୍କା ରହିଛି । ଯାହା ଗତକାଲି ମଧ୍ୟ ୫୦,୫୪୦ ଟଙ୍କା ରହିଥିଲା ।
ଅଧିକ ପଢ଼ନ୍ତୁ:-ଏଥର ବାପା ନୁହେଁ, ପୁଅ ଯୋଗୁଁ ଭାଙ୍ଗିଯିବ ଉଦ୍ଧବ ସରକାର !
ଅଧିକ ପଢ଼ନ୍ତୁ:-ସାଧାରଣ ଜନତାଙ୍କ ସ୍ୱାର୍ଥରେ ମୋଦି ସରକାର ନେଲେ ୪ଟି ବଡ଼ ନିଷ୍ପତ୍ତି, ଜାଣି ନିଅନ୍ତୁ ନହେଲେ ଉଠାଇ ପାରିବେନି ଲାଭ
ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ଦର(Silver Price)ରେ ବୃଦ୍ଧି ଘଟିଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୮୦୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୮୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୦୦୦ ଟଙ୍କା ଥିଲା ।