ପୁଣି କମିଲା ସୁନା ଦର, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍
Advertisement
Article Detail0/zeeodisha/odisha1084992

ପୁଣି କମିଲା ସୁନା ଦର, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ବୃଦ୍ଧି ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଥିବାବେଳେ ଆଜି ରୁପା ଦରରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି ।

ପ୍ରତୀକାତ୍ମକ ଫଟୋ

ନୂଆଦିଲ୍ଲୀ: Gold-Silver Rate: ସପ୍ତାହର ପ୍ରଥମ ଦିନ (ସୋମବାର) ରେ ଅର୍ଥାତ ଜାନୁଆରୀ ୩୧ରେ ସୁନା ମୂଲ୍ୟ ((Gold Price) ରେ ହ୍ରାସ ଘଟିଛି । ଅନ୍ୟପଟେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ରେକର୍ଡ କରାଯାଇଛି । ସେହିପରି ବୈଶ୍ୱିକ ବଜାରରେ ମଧ୍ୟ ମୂଲ୍ୟବାନ ଧାତୁ ମୂଲ୍ୟରେ ସମାନ ସ୍ଥିତି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଗତକାଲି ସୁନା ମୂଲ୍ୟରେ ୯୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୯୯୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୯,୦୯୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୪,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୫,୦୦୦ ଟଙ୍କା ଥିଲା ।
 
ଅନ୍ୟପଟେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ବୃଦ୍ଧି ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଥିବାବେଳେ ଆଜି ରୁପା ଦରରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୧୩୦ ଟଙ୍କା ରହିଛି । ଯାହା ଗତକାଲି ୬,୧୨୦ ଟଙ୍କା ଥିଲା ।

ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ଦର (Gold Price) ରେ ହ୍ରାସ ଘଟିଛି । ଲଗାତର ପଞ୍ଚମ ଦିନ ହେବ ସୁନା ଦରରେ କମି ଦେଖାଦେଇଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୨୮୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୯୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୪୯,୦୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ରବିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୧୦୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନାରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୫,୦୦୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-ଜୀବନରେ କେବେବି ହେବନି ହୃଦଘାତ! କେବଳ ପରିବର୍ତ୍ତନ କରନ୍ତୁ ଆପଣଙ୍କ ଏହି ୬ଟି ଅଭ୍ୟାସ

ଏହା ବି ପଢ଼ନ୍ତୁ:-ଆଧାର କାର୍ଡରେ ଲାଗିଥିବା ଫଟୋରୁ ଖୁସି ନୁହଁନ୍ତି କି ଆପଣ? ତ ଆଜି ହିଁ କରନ୍ତୁ ପରିବର୍ତ୍ତନ, ଜାଣନ୍ତୁ ପୂରା ପ୍ରକ୍ରିୟା...

ଏହା ବି ପଢ଼ନ୍ତୁ:-ସର୍ଭେ: ୟୁପିରେ ଫେରୁଛି ଯୋଗୀ ତ ପଞ୍ଜାବରେ ଚନ୍ନି, ଜାଣନ୍ତୁ ଉତ୍ତରାଖଣ୍ଡ, ଗୋଆ ଏବଂ ମଣିପୁରରେ କିଏ ଗଢ଼ିବେ ସରକାର

ଏହା ବି ପଢ଼ନ୍ତୁ:-ଆପଣଙ୍କ କଳ୍ପନାଠାରୁ ଅଧିକ ବୋଲ୍ଡ ଏହି ୱେବ୍ ସିରିଜର 'ଲଳିତା ଭାଭି', ଫଟୋ ଦେଖି ଉଡ଼ିଯିବ ଆପଣଙ୍କ ହୋଶ୍!

 

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ରେକର୍ଡ କରାଯାଇଛି । ଗତକାଲି ଅର୍ଥାତ ରବିବାର ରାଜଧାନୀରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ରୁପା ଦରରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୧୩୦ ଟଙ୍କା ରହିଛି । ଯାହା ଗତକାଲି ୬,୧୨୦ ଟଙ୍କା ଥିଲା ।