ଆହୁରି କମିଲା ସୁନା ଦର, ଜାଣନ୍ତୁ କ'ଣ ରହିଛି ରୁପା ରେଟ୍
Advertisement
Article Detail0/zeeodisha/odisha919873

ଆହୁରି କମିଲା ସୁନା ଦର, ଜାଣନ୍ତୁ କ'ଣ ରହିଛି ରୁପା ରେଟ୍

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ହ୍ରାସ ଘଟିଛି । ଶନିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୪୦୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ରବିବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୮୯୦ ଟଙ୍କାରେ ପହଞ୍ଚିଛି । 

ଆହୁରି କମିଲା ସୁନା ଦର, ଜାଣନ୍ତୁ କ'ଣ ରହିଛି ରୁପା ରେଟ୍

ନୂଆଦିଲ୍ଲୀ: Gold-Silver Price: ରବିବାର ସୁନା ମୂଲ୍ୟରେ (Gold Rate) ରେ ହ୍ରାସ ଘଟିଥିବା ବେଳେ ରୁପା ଦର (Silver Rate) ବୃଦ୍ଧି ରେକର୍ଡ କରାଯାଇଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଶନିବାର ସୁନା ମୂଲ୍ୟରେ ୨୦ ଟଙ୍କାର ହ୍ରାସ ଘଟି ଥିଲା । ସେହିପରି ରବିବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୭୩୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଏହାର ମୂଲ୍ୟ ୪୮,୭୪୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୭୩୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଶନିବାର ଏହାର ମୂଲ୍ୟ ୪୭,୭୪୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-RT-PCR ରିପୋର୍ଟ ନୁହେଁ, ବରଂ ଏବେ ଟ୍ରେନରେ ଯାତ୍ରା କରିବା ପାଇଁ ଏହାର ପଡ଼ିବ ଆବଶ୍ୟକ! ଜାଣନ୍ତୁ କ'ଣ ରହିଛି ରେଲୱେର ପ୍ଲାନ୍

ଅନ୍ୟପକ୍ଷେ ରବିବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଶନିବାର ଦେଶରେ ରୁପା ମୂଲ୍ୟରେ ୨୦୦ ଟଙ୍କାର ହ୍ରାସ ଘଟି ଥିବାବେଳେ ରବିବାର ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୨୩୦ ଟଙ୍କା ରହିଛି । ଯାହା ଶନିବାର ୭,୨୨୦ ଟଙ୍କା ଥିଲା ।

ରବିବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ହ୍ରାସ ଘଟିଛି । ଶନିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୪୦୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ରବିବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୮୯୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୯୦୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୭୪୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ୪୫,୭୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-'ଯଦି କୋରୋନା ଭ୍ୟାକ୍ସିନର ଦୁଇ ଡୋଜ୍ ମଧ୍ୟରେ ବ୍ୟବଧାନ ଅଧିକ ରଖାଯାଏ ତେବେ ବଢିପାରେ ବିପଦ'

ରବିବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ରାଜଧାନୀରେ ରୁପା ମୂଲ୍ୟରେ ମଧ୍ୟ କୌଣସି ପରିବର୍ତ୍ତନ ଘଟି ନଥିଲା । ସେହିପରି ରବିବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୭,୩୦୦ ଟଙ୍କା ରହିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୭,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୭୩୦ ଟଙ୍କା ରହିଛି । ଯାହା ଶନିବାର ୭,୭୩୦ ଟଙ୍କା ଥିଲା ।