ସୋମବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ରବିବାର ଦେଶରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟି ଥିବାବେଳେ ସୋମବାର ରୁପା ମୂଲ୍ୟରେ ୪୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୯୦୦ ଟଙ୍କାରେ ପହଞ୍ଚିଛି ।
Trending Photos
ନୂଆଦିଲ୍ଲୀ: Gold-Silver Price: ସପ୍ତାହର ପ୍ରଥମ ଦିନ ସୁନା ମୂଲ୍ୟରେ (Gold Rate) ରେ ବୃଦ୍ଧି ଘଟିଥିବା ବେଳେ ରୁପା ଦର (Silver Rate) ହ୍ରାସ ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ରବିବାର ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟି ଥିଲା । ଅନ୍ୟପଟେ ସୋମବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୭୬୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଏହାର ମୂଲ୍ୟ ୪୮,୭୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୩୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୭୬୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ରବିବାର ଏହାର ମୂଲ୍ୟ ୪୭,୭୩୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ଟିକାକରଣ ପରେ ମଧ୍ୟ ସଂକ୍ରମିତ କରିପାରେ କୋରୋନାର ଡେଲ୍ଟା ଭାରିଆଣ୍ଟ, ଏମ୍ସ ରିପୋର୍ଟରୁ ଖୁଲାସା
ସେପଟେ ସୋମବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ରବିବାର ଦେଶରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟି ଥିବାବେଳେ ସୋମବାର ରୁପା ମୂଲ୍ୟରେ ୪୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୧୯୦ ଟଙ୍କା ରହିଛି । ଯାହା ରବିବାର ୭,୨୩୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ବିହାରରେ ପୁଣି ରାଜନୈତିକ ଝଡ଼, LJP ଦି'ଫାଳ!
ସୋମବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ହ୍ରାସ ଘଟିଛି । ରବିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ସୋମବାର ୧୦ ଗ୍ରାମ ସୁନା ମୂଲ୍ୟରେ ୨୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୬୪୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୮୯୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୨୪୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ୪୫,୭୪୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ଏହି ରେଳ ଷ୍ଟେସନରେ ଯାତ୍ରୀମାନଙ୍କୁ ପ୍ଲାଟଫର୍ମ ଟିକେଟ୍ କିଣିବା ପାଇଁ ଦେବାକୁ ପଡ଼ିବ ଅଧିକ ୩୦ ଟଙ୍କା, ଜାଣନ୍ତୁ ଏହାର କାରଣ
ସୋମବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ରବିବାର ରାଜଧାନୀରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପଟେ ସୋମବାର ରୁପା ମୂଲ୍ୟରେ ୮୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୫୦୦ ଟଙ୍କା ରହିଛି । ଯାହା ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୭,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୬୫୦ ଟଙ୍କା ରହିଛି । ଯାହା ରବିବାର ୭,୭୩୦ ଟଙ୍କା ଥିଲା ।