ପୁଣି ଖସିଲା ରୁପା ମୂଲ୍ୟ, ଜାଣନ୍ତୁ କ'ଣ ରହିଛି ଆଜି ସୁନା ଦର
Advertisement

ପୁଣି ଖସିଲା ରୁପା ମୂଲ୍ୟ, ଜାଣନ୍ତୁ କ'ଣ ରହିଛି ଆଜି ସୁନା ଦର

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି ।  ଗତକାଲି ରୁପା ମୂଲ୍ୟରେ ୭୦୦ ଟଙ୍କା ବୃଦ୍ଧି ଘଟିଥିବା ବେଳେ ଆଜି(ଶୁକ୍ରବାର) ରୁପା ମୂଲ୍ୟରେ ୬୦୦ ଟଙ୍କାର ହ୍ରାସ ଘଟିଛି ।

ପୁଣି ଖସିଲା ରୁପା ମୂଲ୍ୟ, ଜାଣନ୍ତୁ କ'ଣ ରହିଛି ଆଜି ସୁନା ଦର

ନୂଆଦିଲ୍ଲୀ: ଲଗାତର ଦ୍ୱିତୀୟ ଦିନରେ ସୁନା ଦରରେ ବୃଦ୍ଧି ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଗତକାଲି ସୁନା ମୂଲ୍ୟରେ ୧୩୦ ଟଙ୍କା ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି ଅର୍ଥାତ ଶନିବାର ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୧୫୦ ଟଙ୍କା ବଢ଼ିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୪୮୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୧,୩୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୫୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୫୦,୪୮୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୫୦,୩୩୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଜାଣନ୍ତୁ ଭାରତକୁ କେବେ ମିଳିବ କୋରୋନା ଭ୍ୟାକ୍ସିନ

ଅନ୍ୟପଟେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି ।  ଗତକାଲି ରୁପା ମୂଲ୍ୟରେ ୭୦୦ ଟଙ୍କା ବୃଦ୍ଧି ଘଟିଥିବା ବେଳେ ଆଜି(ଶୁକ୍ରବାର) ରୁପା ମୂଲ୍ୟରେ ୬୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୮,୫୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କେବଳ ଗୋଟିଏ ମାତ୍ର ସୁଯୋଗ, ଆଉ ଏହି ଦେଶକୁ ଦଖଲ କରିନେବ ଚୀନ

ସେପଟେ ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ବି ସୁନା ଦର (Gold Rate) ରେ ବୃଦ୍ଧି ଘଟିଛି । ଗତକାଲି ଅର୍ଥାତ ଶୁକ୍ରବାର ଭୁବନେଶ୍ୱରରେ ସୁନା ଦରରେ ୩୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୨୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୪,୦୬୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୩,୮୫୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୨୧୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୫୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୯,୩୭୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-କୃଷି ବିଧେୟକ: ଜାଣନ୍ତୁ କ'ଣ ରହିଛି ପ୍ରାବଧାନ, କାହିଁକି ହେଉଛି ବିରୋଧ ?

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ଦର (Silver Rate) ରେ ହ୍ରାସ ରେକର୍ଡ କରାଯାଇଛି । ଗତକାଲି ରୁପା ମୂଲ୍ୟରେ ୭୦୦ ଟଙ୍କା ବୃଦ୍ଧି ଘଟିଥିବା ବେଳେ ଆଜି(ଶୁକ୍ରବାର) ରୁପା ମୂଲ୍ୟରେ ୬୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୮,୫୦୦ ଟଙ୍କା ଥିଲା ।