ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଗତକାଲି ରୁପା ମୂଲ୍ୟରେ ୫୦୦ ଟଙ୍କା ବୃଦ୍ଧି ଘଟିଥିଲା । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୨୦୦ ଟଙ୍କାରେ ରହିଛି ।
Trending Photos
ନୂଆଦିଲ୍ଲୀ: ଲଗାତର ଦ୍ୱିତୀୟ ଦିନ ସୁନା ଦର (Gold Price) ରେ ବୃଦ୍ଧି ରେକର୍ଡ କରାଯାଇଛି । ସେହିପରି ବୈଶ୍ୱିକ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗତକାଲି ସୁନା ମୂଲ୍ୟରେ ୩୯୦ ଟଙ୍କା ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି ଅର୍ଥାତ ଶନିବାର ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୧୧୦ ଟଙ୍କା ବଢ଼ିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୪୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୨୯୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୧୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୪୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୯,୨୯୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ଚୀନର ଆଉ ଏକ ବିପଜ୍ଜନକ ଭାଇରସ ଭାରତ ପାଇଁ ସୃଷ୍ଟି କରିବ ନୂଆ ସଙ୍କଟ !
ସେପଟେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଗତକାଲି ରୁପା ମୂଲ୍ୟରେ ୫୦୦ ଟଙ୍କା ବୃଦ୍ଧି ଘଟିଥିଲା । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୨୦୦ ଟଙ୍କାରେ ରହିଛି ।
ଅଧିକ ପଢ଼ନ୍ତୁ:-ପଶୁଙ୍କ ରକ୍ତରୁ ହେବ କୋରୋନା ଭୂତାଣୁର ଚିକିତ୍ସା, ICMR ବିକଶିତ କରିଛି କୌଶଳ
ସେହିପରି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ବି ସୁନା ଦର (Gold Rate) ରେ ବୃଦ୍ଧି ଘଟିଛି । ଗତକାଲି ଅର୍ଥାତ ଶୁକ୍ରବାର ଭୁବନେଶ୍ୱରରେ ସୁନା ଦରରେ ୧୨୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୪୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୯୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୨,୭୬୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୩୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୮,୩୭୦ ଟଙ୍କା ରହିଥିଲା ।
ଅଧିକ ପଢ଼ନ୍ତୁ:-ବିହାର ବିଧାନସଭା ନିର୍ବାଚନ: ମହାମେଣ୍ଟରେ ହୋଇସାରିଛି ଆସନ ବୁଝାମଣା, ଜାଣନ୍ତୁ କାହାକୁ କେତେ ମିଳିଛି ଆସନ
ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଗତକାଲି ରୁପା ମୂଲ୍ୟରେ ୫୦୦ ଟଙ୍କା ବୃଦ୍ଧି ଘଟିଥିଲା । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୨୦୦ ଟଙ୍କାରେ ରହିଛି ।