ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha731434

ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ(Silver Price)ରେ ମଧ୍ୟ ହ୍ରାସ ଘଟିଛି । ଆଜି ରୁପା ଦରରେ ୩,୦୦୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭୧,୧୦୦ ଟଙ୍କା ଥିଲା ।

ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: କୋରୋନା ସଙ୍କଟ ମଧ୍ୟରେ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଭାରତର ଘରୋଇ ବଜାରରେ ମଧ୍ୟ ପଡ଼ିଛି । ଆଜି ସୁନା-ରୁପା (Gold-Silver Rate) ମୂଲ୍ୟରେ ହ୍ରାସ ଦେଖାଦେଇଛି । ଆଜି ଅର୍ଥାତ  ବୁଧବାର ଦେଶରେ ସୁନା ଦରରେ ହ୍ରାସ ଘଟିଛି । ଆଜି ୧୦ ଗ୍ରାମ ସୁନା ଦର(Gold Rate)ରେ ୨୩୦ ଟଙ୍କା ହ୍ରାସ ରେକର୍ଡ କରାଯାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ(Gold Price) ୫୨,୯୮୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୩,୨୧୦  ଟଙ୍କା ଥିଲା । ସେହିପରି ଦେଶରେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୨୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ଦର ୫୧,୯୮୦ ଟଙ୍କାରେ ପହଞ୍ଚିଛି ।  ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୫୨,୨୧୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଖୁସି ଖବର: ଏହି ରାଜ୍ୟରେ ବିନା ସୁଧରେ ଚାଷୀଙ୍କୁ ମିଳିବ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କୃଷି ଋଣ

ସେହିପରି ଆଜି ଦେଶରେ ରୁପା ମୂଲ୍ୟ(Silver Price)ରେ ମଧ୍ୟ ହ୍ରାସ ଘଟିଛି । ଆଜି ରୁପା ଦରରେ ୩,୦୦୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭୧,୧୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ପିଏମ କେୟାର୍ସ ଫଣ୍ଡ: ଜାଣନ୍ତୁ କେତେ ଟଙ୍କା ହୋଇଛି ଜମା, କେଉଁଠାରେ ହୋଇଛି ଖର୍ଚ୍ଚ

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱର(Bhubaneswar)ରେ ସୁନା ମୂଲ୍ୟ(Gold Rate)ରେ ହ୍ରାସ ଘଟିଛି । ଆଜି ସୁନା ମୂଲ୍ୟରେ ୧୨୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୬,୨୪୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୬,୩୬୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୧୧୦ ଟଙ୍କା ଖସିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୫୬୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୫୧,୬୭୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-ଚାଷୀଙ୍କ ପାଇଁ ଖୁସି ଖବର, ମୋଦି ସରକାର କଲେ ଏହି ବଡ଼ ଘୋଷଣା

ଅଧିକ ପଢ଼ନ୍ତୁ:-ଅଧିକ ପଢ଼ନ୍ତୁ:- କିମ ଜୋଙ୍ଗଙ୍କ ନୂଆ ଆଦେଶ, ଖାଦ୍ୟ ସମସ୍ୟା ଦୂର କରିବା ପାଇଁ ହତ୍ୟା କରାଯାଉ ସମସ୍ତ କୁକୁର

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ଦର(Silver Price)ରେ ବି ହ୍ରାସ ଘଟିଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୩,୦୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୧୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୧୦୦ ଟଙ୍କା ଥିଲା ।