ସୁନା-ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ, ଜାଣି ନିଅନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha840618

ସୁନା-ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ, ଜାଣି ନିଅନ୍ତୁ ଆଜିର ରେଟ୍

ମଙ୍ଗଳବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ସୋମବାର ଦେଶରେ ରୁପା ମୂଲ୍ୟରେ ୩୨୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ମଙ୍ଗଳବାର ରୂପା ମୂଲ୍ୟରେ ୨୦୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୦୦୦ ଟଙ୍କାରେ ପହଞ୍ଚିଛି ।

ସୁନା-ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ, ଜାଣି ନିଅନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଆଜି ସପ୍ତାହର ଦ୍ୱିତୀୟ ଦିନ ପୁଣି ସୁନା-ରୁପା ମୂଲ୍ୟ (Gold-Silver Price) ରେ ହ୍ରାସ ଘଟିଛି । ସେହିପରି ବୈଶ୍ୱିକ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ମଧ୍ୟ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ସୋମବାର ସୁନା ମୂଲ୍ୟରେ ୪୯୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ମଙ୍ଗଳବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦର (Gold Price) ରେ ୮୬୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୫୯୦ ଟଙ୍କାରେ ପହଞ୍ଚିଛି । ସୋମବାର ଏହାର ମୂଲ୍ୟ ୪୯,୪୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୮୬୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୫୯୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ସୋମବାର ଏହାର ମୂଲ୍ୟ ୪୮,୪୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ବଜେଟରେ ଖୁସି ନୁହଁନ୍ତି ସାଧାରଣ ଜନତା, ଗରିବମାନେ ଅଧିକ ନିରାଶ: ସର୍ଭେ

ସେହିପରି ମଙ୍ଗଳବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ସୋମବାର ଦେଶରେ ରୁପା ମୂଲ୍ୟରେ ୩୨୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ମଙ୍ଗଳବାର ରୂପା ମୂଲ୍ୟରେ ୨୦୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୧୦୦ ଟଙ୍କା ରହିଛି । ଯାହା ଗତକାଲି ୭,୩୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଏହି ରାଜ୍ୟରେ ବିଜେପିକୁ ଲାଗିଲା ବଡ଼ ଝଟକା, କଂଗ୍ରେସ ପାଇଁ ଭଲ ଖବର

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ମଧ୍ୟ ହ୍ରାସ ଘଟିଛି । ସୋମବାର ଭୁବନେଶ୍ୱରରେ ସୁନା ଦରରେ ୩୨୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ମଙ୍ଗଳବାର ୧୦ ଗ୍ରାମ ସୁନା ମୂଲ୍ୟରେ ୩୮୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୨୬୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୯,୬୪୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୩୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୧୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୫,୫୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଆସିଯାଇଛି ଫେବୃଆରୀ ପାଇଁ LPG ସିଲିଣ୍ଡରର ନୂଆ ଦର, ଜାଣନ୍ତୁ କ'ଣ ରହିଛି ରେଟ୍

ମଙ୍ଗଳବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ସୋମବାର ଦେଶରେ ରୁପା ମୂଲ୍ୟରେ ୪,୬୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ସୋମବାର ରୂପା ମୂଲ୍ୟରେ ୩,୯୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୫,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୯,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୫୩୦ ଟଙ୍କା ରହିଛି । ଯାହା ଗତକାଲି ୭,୯୨୦ ଟଙ୍କା ଥିଲା ।