ସୁନା-ରୁପା ମୂଲ୍ୟରେ ହ୍ରାସ, ଜାଣନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha833307

ସୁନା-ରୁପା ମୂଲ୍ୟରେ ହ୍ରାସ, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧,୨୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ଆଜି ରୂପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୪୦୦ ଟଙ୍କାରେ ପହଞ୍ଚିଛି ।

ସୁନା-ରୁପା ମୂଲ୍ୟରେ ହ୍ରାସ, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଆଜି ସୁନା-ରୁପା ମୂଲ୍ୟ (Gold-Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ସେହିପରି ବୈଶ୍ୱିକ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ମଧ୍ୟ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗୁରୁବାର ସୁନା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି (ଶୁକ୍ରବାର) ଦେଶରେ ୨୪  କ୍ୟାରେଟ ୧୦ ଗ୍ରାମ ସୁନା ଦର (Gold Price) ରେ ୫୦ ଟଙ୍କାର ହ୍ରାସ ରେକର୍ଡ କରାଯାଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୫୫୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୯,୬୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୫୫୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୮,୬୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-'ନିର୍ବାଚନ ଜିତିବା ପାଇଁ ପୁଲୱାମାରେ ୪୦ ଯବାନଙ୍କ ରକ୍ତ ଝରାଇଛି ବିଜେପି, ଚାଟରୁ ଖୁଲାସା'

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧,୨୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ଆଜି ରୂପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୭୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୪୦ ଟଙ୍କା ରହିଛି । ଯାହା ଗତକାଲି ୬,୭୭୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କେନ୍ଦ୍ର କର୍ମଚାରୀଙ୍କୁ ନେଇ ଖୁବ୍ ଶୀଘ୍ର ଏହି ବଡ ଘୋଷଣା କରିପାରନ୍ତି ମୋଦି ସରକାର

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ଦର (Gold Rate) ରେ ହ୍ରାସ ଘଟିଛି । ଗୁରୁବାର ଭୁବନେଶ୍ୱରରେ ସୁନା ଦରରେ ୪୯୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୦,୪୫୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୬,୨୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କଂଗ୍ରେସ ଅଧ୍ୟକ୍ଷ ପଦକୁ ନେଇ CWC ବୈଠକରେ ନିଆଗଲା ବଡ ନିଷ୍ପତ୍ତି

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ ୧,୨୦୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ରୁପା ମୂଲ୍ୟରେ ୧,୧୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୧୪୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭,୨୫୦ ଟଙ୍କା ଥିଲା ।