ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha803368

ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୨,୫୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ଆଜି ରୁପା ଦରରେ ୧,୧୦୦ ଟଙ୍କାର ହ୍ରାସ ଘଟିଛି । 

ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଆଜି ସୁନା-ରୁପା ମୂଲ୍ୟ (Gold-Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ହ୍ରାସ ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ମଙ୍ଗଳବାର ସୁନା ମୂଲ୍ୟରେ ୩୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି (ବୁଧବାର) ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୩୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୯,୩୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୩୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୮,୩୫୦ ଟଙ୍କା ଥିଲା ।

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୨,୫୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ଆଜି ରୁପା ଦରରେ ୧,୧୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୪୪୦ ଟଙ୍କା ରହିଛି । ଯାହା ଗତକାଲି ୬,୫୫୦ ଟଙ୍କା ଥିଲା ।

ସେହିପରି ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ବୃଦ୍ଧି ଘଟିଛି । ମଙ୍ଗଳବାର ଭୁବନେଶ୍ୱରରେ ସୁନା ଦରରେ ୭୬୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୩୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୫୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୦,୮୩୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୬,୬୦୦ ଟଙ୍କା ରହିଥିଲା ।

ସେପଟେ ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ରେକର୍ଡ ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ ୫,୫୯୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ଆଜି ମଧ୍ୟ ରୁପା ମୂଲ୍ୟରେ ୧,୫୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୮୦୦ ଟଙ୍କାରେ ରହିଛି । ଯାହା ଗତକାଲି ୬,୯୫୦ ଟଙ୍କା ଥିଲା ।