ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha806698

ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ଆଜି ରୁପା ଦରରେ ୪୦୦ ଟଙ୍କାର ହ୍ରାସ ଘଟିଛି ।

ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ସପ୍ତାହର ପ୍ରଥମ ଦିନରେ ସୁନା-ରୁପା ମୂଲ୍ୟ (Gold-Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ଆଜି ମୂଲ୍ୟବାନ ଧାତୁ ଦର ମଧ୍ୟ ଖସିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ରବିବାର ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି (ସୋମବାର) ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୧୫୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୯,୨୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୧୫୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୮,୨୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କୋରୋନା ଟିକା ଲଗାଇବା ପରେ ହୋଇପାରେ ଏହି ୫ଟି ପାର୍ଶ୍ୱ ପ୍ରତିକ୍ରିୟା, ଚେତାବନୀ ଜାରି କଲେ ଡାକ୍ତର

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ଆଜି ରୁପା ଦରରେ ୪୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୩୨୦ ଟଙ୍କା ରହିଛି । ଯାହା ଗତକାଲି ୬,୩୬୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କୋରୋନା ନେଲା ଏହି ଦେଶର ପ୍ରଧାନମନ୍ତ୍ରୀଙ୍କ ଜୀବନ

ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ମଧ୍ୟ ହ୍ରାସ ଘଟିଛି । ରବିବାର ଭୁବନେଶ୍ୱରରେ ସୁନା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୨୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୯୬୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୧୯୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୨୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୬,୦୧୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-ଭୀଷଣ ଯୁଦ୍ଧ ପାଇଁ ସେନା ପାଖରେ ଏବେ ରହିଛି ୧୫ ଦିନର ଗୁଳିଗୋଳା, ଜାଣନ୍ତୁ ଏହାର ଅର୍ଥ...

ସେପଟେ ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ମଧ୍ୟ ରୁପା ମୂଲ୍ୟରେ ୬୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି ରୁପା ମୂଲ୍ୟରେ ୪,୨୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୩,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୩୨୦ ଟଙ୍କା ରହିଛି । ଯାହା ଗତକାଲି ୬,୭୪୦ ଟଙ୍କା ଥିଲା ।