ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ ୭୨୦ ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୧,୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୬୦୦ ଟଙ୍କାରେ ପହଞ୍ଚିଛି ।
Trending Photos
ନୂଆଦିଲ୍ଲୀ: ଲଗାତର ଦ୍ୱିତୀୟ ଦିନ ସୁନା-ରୁପା ମୂଲ୍ୟ (Gold-Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ସେପଟେ ଅନ୍ତର୍ଜାତୀୟ ବଜାରରେ ଆଜି ମୂଲ୍ୟବାନ ଧାତୁ ଦର ଖସିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଗତକାଲି ସୁନା ମୂଲ୍ୟରେ ୫୦ ଟଙ୍କାର ହ୍ରାସ ଘଟିଛି । ଅନ୍ୟପକ୍ଷେ ଆଜି (ଗୁରୁବାର) ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୪୦ ଟଙ୍କା ଖସିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୮୫୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୮୯୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୮୫୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୯,୮୯୦ ଟଙ୍କା ଥିଲା ।
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ ୭୨୦ ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୧,୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୬୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ମଧ୍ୟ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୯୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୧୬୦ ଟଙ୍କାରେ ରହିଛି । ଯାହା ଗତକାଲି ୬,୨୯୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-'ଦିଦି'ଙ୍କୁ ଟକ୍କର ଦେଇ ପାରିବ ତ ବିଜେପି?
ଅନ୍ୟପକ୍ଷେ ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ଦର (Gold Rate) ରେ ହ୍ରାସ ଘଟିଛି । ଗତକାଲି ଅର୍ଥାତ ବୁଧବାର ଭୁବନେଶ୍ୱରରେ ସୁନା ଦରରେ ୩୦୦ ଟଙ୍କାର ହ୍ରାସ ଘଟିଥିଲା । ସେପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୨୯୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୩୪୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୧,୬୩୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୭,୩୦୦ ଟଙ୍କା ରହିଥିଲା ।
ଅଧିକ ପଢ଼ନ୍ତୁ:-କୋରୋନା ଭୂତାଣୁକୁ ନେଇ ଭୟଙ୍କର ଚେତାବନୀ ଜାରି କଲା WHO
ସେପଟେ ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ର ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ଆଜି ରୁପା ମୂଲ୍ୟରେ ୧,୬୦୦ ଟଙ୍କାର ହ୍ରାସ ରେକର୍ଡ କରାଯାଇଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୭୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୭୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୮୩୦ ଟଙ୍କା ଥିଲା ।