ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ କ'ଣ ରହିଛି ଆଜିର ରେଟ୍
Advertisement

ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ କ'ଣ ରହିଛି ଆଜିର ରେଟ୍

ସୋମବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ରବିବାର ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନ ଥିବାବେଳେ ସୋମବାର ରୁପା ମୂଲ୍ୟରେ ୬୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୦୦୦ ଟଙ୍କାରେ ପହଞ୍ଚିଛି । 

ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ କ'ଣ ରହିଛି ଆଜିର ରେଟ୍

ନୂଆଦିଲ୍ଲୀ: ସପ୍ତାହର ପ୍ରଥମ ଦିନ ସୁନା-ରୁପା ମୂଲ୍ୟ (Gold-Silver Price) ରେ ହ୍ରାସ ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ରବିବାର ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟି ଥିଲା । ସେପଟେ ସୋମବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୮୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୫୧୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଏହାର ମୂଲ୍ୟ ୪୯,୩୧୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୮୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୫୧୦ ଟଙ୍କାରେ ପହଞ୍ଚିଛି । ସେପଟେ ରବିବାର ଏହାର ମୂଲ୍ୟ ୪୮,୩୧୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଏହି କେନ୍ଦ୍ର କର୍ମଚାରୀଙ୍କ ହୋଇସାରିଛି ୨.୮୮ ଲକ୍ଷ ଟଙ୍କାର କ୍ଷତି! ଜାଣନ୍ତୁ କେବେ ଫେରସ୍ତ ମିଳିବ ଏହି ଟଙ୍କା

ସେହିପରି ସୋମବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ରବିବାର ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନ ଥିବାବେଳେ ସୋମବାର ରୁପା ମୂଲ୍ୟରେ ୬୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ୭,୧୬୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କର୍ମଚାରୀଙ୍କ ହାତରେ ଆସିବ କମ୍ ଟଙ୍କା, କିନ୍ତୁ ବଢ଼ିବ PF! ମୋଦି ସରକାର ଲାଗୁ କରିବାକୁ ଯାଉଛନ୍ତି ଏସବୁ ନିୟମ

ସୋମବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ହ୍ରାସ ଘଟିଛି । ରବିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୦ ଟଙ୍କାର ବୃଦ୍ଧି ଘଟିଥିଲା । ସେପଟେ ସୋମବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୯୭୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ୧୦ ଗ୍ରାମ ସୁନା ମୂଲ୍ୟ ୫୦,୦୮୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୯୧୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ୪୫,୯୧୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ସରକାର ଏମାନଙ୍କ ପାଇଁ ପେନସନରେ କରିଛନ୍ତି ବଡ଼ ବୃଦ୍ଧି, ଜାଣନ୍ତୁ କେତେ ମିଳିବ ଲାଭ

ସେହିପରି ସୋମବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ରବିବାର ରାଜଧାନୀରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପଟେ ସୋମବାର ରୁପା ମୂଲ୍ୟରେ ୫୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୫,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୫୮୦ ଟଙ୍କା ରହିଛି । ଯାହା ରବିବାର ୭,୬୩୦ ଟଙ୍କା ଥିଲା ।