ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha812591

ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୨,୮୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ଆଜି ରୁପା ଦରରେ ୩,୦୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୭୦୦ ଟଙ୍କାରେ ପହଞ୍ଚିଛି ।

ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ସପ୍ତାହର ଦ୍ୱିତୀୟ ଦିନ ସୁନା-ରୁପା ମୂଲ୍ୟ (Gold-Silver Price) ଖସିଛି । ସେହିପରି ବୈଶ୍ୱିକ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ହ୍ରାସ ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ସୋମବାର ସୁନା ମୂଲ୍ୟରେ ୬୫୦ ଟଙ୍କାର ବୃଦ୍ଧି ଘଟିଥିଲା । ଆଜି (ମଙ୍ଗଳବାର) ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦର (Gold Price) ରେ ୧୧୦ ଟଙ୍କା ଖସିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୨୬୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୩୭୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୨୬୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୯,୩୭୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କୋରୋନାର ନୂତନ ରୂପକୁ ନେଇ ବିଶ୍ୱବ୍ୟାପୀ ଚିନ୍ତା, କିନ୍ତୁ WHO ଦେଲା ଖୁସି ଖବର

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୨,୮୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ଆଜି ରୁପା ଦରରେ ୩,୦୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୭୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୭୦ ଟଙ୍କା ରହିଛି । ଯାହା ଗତକାଲି ୭,୦୭୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ସୋନିଆ ଗାନ୍ଧୀଙ୍କ ଚିଠିରୁ ବଢୁଛି ମହାରାଷ୍ଟ୍ର ସରକାରରେ ବିବାଦ! ଅସନ୍ତୋଷ ପ୍ରକାଶ କଲା ଏନସିପି

ସେପଟେ ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ମଧ୍ୟ ହ୍ରାସ ଘଟିଛି । ସୋମବାର ଭୁବନେଶ୍ୱରରେ ସୁନା ଦରରେ ୩୨୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୨୭୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୧,୩୮୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୭,୧୦୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-ପ୍ରଶାନ୍ତ କିଶୋରଙ୍କୁ ଅଲ୍ଟିମେଟମ୍ ଦେଲେ ମମତା!

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବି ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ ୨,୧୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଆଜି ରୁପା ମୂଲ୍ୟରେ ୧,୭୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୭୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୨୦୦ ଟଙ୍କା ରହିଛି । ଯାହା ଗତକାଲି ୭,୩୭୦ ଟଙ୍କା ଥିଲା ।