ପୁଣି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha813422

ପୁଣି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୩,୦୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ଆଜି ରୁପା ଦରରେ ୮,୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୯୦୦ ଟଙ୍କାରେ ପହଞ୍ଚିଛି ।

ପୁଣି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଆଜି ସୁନା-ରୁପା ମୂଲ୍ୟ (Gold-Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ସେହିପରି ବୈଶ୍ୱିକ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ହ୍ରାସ ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ମଙ୍ଗଳବାର ସୁନା ମୂଲ୍ୟରେ ୧୧୦ ଟଙ୍କାର ହ୍ରାସ ଘଟିଥିଲା । ଆଜି (ବୁଧବାର) ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦର (Gold Price) ରେ ୪୯୦ ଟଙ୍କା ଖସିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୭୭୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୨୬୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୯୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୭୭୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୯,୨୬୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କୋରୋନାର ନୂତନ ରୂପକୁ ନେଇ ବିଶ୍ୱବ୍ୟାପୀ ଚିନ୍ତା, କିନ୍ତୁ WHO ଦେଲା ଖୁସି ଖବର

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୩,୦୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ଆଜି ରୁପା ଦରରେ ୮,୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୭୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୯୦ ଟଙ୍କା ରହିଛି । ଯାହା ଗତକାଲି ୬,୭୭୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-'ଦିଦି'ଙ୍କୁ ପୁଣି ଲାଗିଲା ବଡ଼ ଝଟକା, ବିଜେପି ପାଇଁ ସହଜ ହେଲା ଲଢ଼େଇ!

ସେପଟେ ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ମଧ୍ୟ ହ୍ରାସ ଘଟିଛି । ମଙ୍ଗଳବାର ଭୁବନେଶ୍ୱରରେ ସୁନା ଦରରେ ୧୧୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୪୪୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୮୩୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୧,୨୭୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୪୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୭,୦୦୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-J&K DDC ନିର୍ବାଚନ: କାଶ୍ମୀରରେ ଦମ୍ ଦେଖାଇଲା ଗୁପକାର, ଜମ୍ମୁରେ ଜିତିଲା ବିଜେପି, ଜାଣନ୍ତୁ ଅନ୍ତିମ ଫଳାଫଳ

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବି ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ ୧,୭୦୦ ଟଙ୍କାର ହ୍ରାସ ଘଟିଥିଲା । ଆଜି ରୁପା ମୂଲ୍ୟରେ ୧,୫୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୦୫୦ ଟଙ୍କା ରହିଛି । ଯାହା ଗତକାଲି ୭,୨୦୦ ଟଙ୍କା ଥିଲା ।