ସୁନା-ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ, ଜାଣି ନିଅନ୍ତୁ ଆଜିର ରେଟ୍
Advertisement

ସୁନା-ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ, ଜାଣି ନିଅନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଶୁକ୍ରବାର ଦେଶରେ ରୁପା ମୂଲ୍ୟରେ ୧,୪୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୧,୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୫୦୦ ଟଙ୍କାରେ ପହଞ୍ଚିଛି ।

ସୁନା-ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ, ଜାଣି ନିଅନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଆଜି ସୁନା-ରୁପା ମୂଲ୍ୟ (Gold-Silver Price) ରେ ହ୍ରାସ  ଘଟିଛି । ସେହିପରି ବୈଶ୍ୱିକ ବଜାରରେ ଆଜି ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଶୁକ୍ରବାର ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି (ଶନିବାର) ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୮୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୯୪୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୬,୭୪୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୮୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୪,୯୪୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୫,୭୪୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ମୋଦି ସରକାରଙ୍କ ଏହି ସ୍କିମରେ ମିଳୁଛି ଶସ୍ତା ସୁନା, ମାର୍ଚ୍ଚ ୫ ଯାଏ କିଣିବାର ସୁଯୋଗ

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଶୁକ୍ରବାର ଦେଶରେ ରୁପା ମୂଲ୍ୟରେ ୧,୪୦୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ଆଜି ରୁପା ମୂଲ୍ୟରେ ୧,୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୮୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୫୦ ଟଙ୍କା ରହିଛି । ଯାହା ଗତକାଲି ୬,୮୮୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-୬୦ ବର୍ଷ ଧରି ଗୁମ୍ଫାରେ ରହି ଆସୁଥିଲେ ଏହି ବାବା, ରାମ ମନ୍ଦିର ପାଇଁ ଦାନ କଲେ ୧ କୋଟି ଟଙ୍କା

ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ଦରରେ ହ୍ରାସ ଘଟିଛି । ଶୁକ୍ରବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୭୦ ଟଙ୍କାର ହ୍ରାସ ଘଟି ଥିଲା । ସେହିପରି ଆଜି ଅର୍ଥାତ ଶନିବାର ୧୦ ଗ୍ରାମ ସୁନା ମୂଲ୍ୟରେ ୬୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୫୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୭,୧୮୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୫୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୨,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୩,୨୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଦେଶରେ ପୁଣି କୋରୋନାର ତାଣ୍ଡବ, ଗତ ୨୪ ଘଣ୍ଟାରେ ସାମ୍ନାକୁ ଆସିଲା ଏତିକି ମାମଲା...

ସେହିପରି ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଶୁକ୍ରବାର ରାଜଧାନୀରେ ରୁପା ମୂଲ୍ୟରେ ୧,୭୦୦ ଟଙ୍କାର ହ୍ରାସ ଘଟି ଥଲା । ସେହିପରି ଆଜି ରୁପା ମୂଲ୍ୟରେ ୮୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୨୫୦ ଟଙ୍କା ରହିଛି । ଯାହା ଗତକାଲି ୭,୩୩୦ ଟଙ୍କା ଥିଲା ।