ସୁନା-ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ, ଜାଣି ନିଅନ୍ତୁ ଆଜିର ରେଟ୍
Advertisement

ସୁନା-ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ, ଜାଣି ନିଅନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ(Silver Price)ରେ ବି ହ୍ରାସ ଘଟିଛି । ଆଜି ରୁପା ଦରରେ ୨,୬୫୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭୫,୧୫୦ ଟଙ୍କା ଥିଲା ।

ସୁନା-ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ, ଜାଣି ନିଅନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ କ୍ରମାଗତ ହ୍ରାସ-ବୃଦ୍ଧି ଲାଗି ରହିଛି । ଯାହାର ପ୍ରଭାବ ଭାରତର ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି(ଅଗଷ୍ଟ ୧୧) ଦେଶରେ ୧୦ ଗ୍ରାମ ସୁନା ଦର(Gold Rate)ରେ ୯୯୦ ଟଙ୍କା ହ୍ରାସ ପାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ(Gold Price) ୫୪,୩୮୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୫,୩୭୦ ଟଙ୍କା ଥିଲା । ସେହିପରି ଦେଶରେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୯୯୦ ଟଙ୍କା ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ଦର ୫୩,୩୮୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୫୪,୩୭୦ ଟଙ୍କା ଥିଲା ।

ସେହିପରି ଆଜି ଦେଶରେ ରୁପା ମୂଲ୍ୟ(Silver Price)ରେ ବି ହ୍ରାସ ଘଟିଛି । ଆଜି ରୁପା ଦରରେ ୨,୬୫୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭୫,୧୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ଖୁବ୍ ଶୀଘ୍ର ଏହି ଉପହାର ଦେବାକୁ ଯାଉଛନ୍ତି ମୋଦି ସରକାର

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱର(Bhubaneswar)ରେ ସୁନା ମୂଲ୍ୟ(Gold Rate)ରେ ହ୍ରାସ ରେକର୍ଡ କରାଯାଇଛି । ଆଜି ସୁନା ମୂଲ୍ୟରେ  ୪୪୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୮,୦୩୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୮,୪୭୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୪୪୦ ଟଙ୍କା ଖସିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୩,୧୪୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୫୩,୫୮୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-ଭୁବନେଶ୍ୱରରେ ପୁଣି କମିଲା ପେଟ୍ରୋଲ-ଡିଜେଲ ଦର

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ଦର(Silver Price) ଖସିଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୨,୬୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୫୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୫,୧୫୦ ଟଙ୍କା ଥିଲା ।