ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ କ'ଣ ରହିଛି ରେଟ୍
Advertisement
Article Detail0/zeeodisha/odisha936633

ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ କ'ଣ ରହିଛି ରେଟ୍

ମଙ୍ଗଳବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ସୋମବାର ଦେଶରେ ରୁପା ମୂଲ୍ୟରେ ୧୨୦୦ ଟଙ୍କାର ବୃଦ୍ଧି ଘଟି ଥିବାବେଳେ ମଙ୍ଗଳବାର ରୁପା ମୂଲ୍ୟରେ ୧୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୬୦୦ ଟଙ୍କାରେ ପହଞ୍ଚିଛି । 

ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: Gold-Silver Rate: ମଙ୍ଗଳବାର ସୁନା-ରୁପା ମୂଲ୍ୟ (Gold-Silver Price) ରେ ବୃଦ୍ଧି ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ସୋମବାର ସୁନା ମୂଲ୍ୟରେ ୧୨୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ମଙ୍ଗଳବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୨୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୭୫୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଏହାର ମୂଲ୍ୟ ୪୭,୪୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୩୨୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୭୫୦ ଟଙ୍କାରେ ପହଞ୍ଚିଛି । ସୋମବାର ଏହାର ମୂଲ୍ୟ ୪୬,୪୩୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ପୁଣି କୋରୋନା ମାମଲାରେ ବୃଦ୍ଧି: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ, ଆଖି ବୁଜିଲେ ୯୦୦ରୁ ଉର୍ଦ୍ଧ୍ୱ ଲୋକ

ସେହିପରି ମଙ୍ଗଳବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ସୋମବାର ଦେଶରେ ରୁପା ମୂଲ୍ୟରେ ୧୨୦୦ ଟଙ୍କାର ବୃଦ୍ଧି ଘଟି ଥିବାବେଳେ ମଙ୍ଗଳବାର ରୁପା ମୂଲ୍ୟରେ ୧୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୦୬୦ ଟଙ୍କା ରହିଛି । ଯାହା ସୋମବାର ୭.୦୪୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଯଦି ଆପଣଙ୍କ ପାଖରେ ଅଛି ଏହି ଖାସ୍ ନମ୍ୱରର କୌଣସି ନୋଟ୍ ତ ଘରେ ବସି ରୋଜଗାର କରିପାରିବେ ଲକ୍ଷ ଲକ୍ଷ ଟଙ୍କା! ଜାଣନ୍ତୁ କିପର...

ମଙ୍ଗଳବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ବୃଦ୍ଧି ଘଟିଛି । ସୋମବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେପଟେ ମଙ୍ଗଳବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୪୪୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ୧୦ ଗ୍ରାମ ସୁନା ମୂଲ୍ୟ ୪୮,୩୪୦ ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୯୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଏହାର ମୂଲ୍ୟ ୪୪,୩୧୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଆରପାରିରେ ବଲିଉଡର ଟ୍ରାଜେଡି କିଙ୍ଗ୍ ଦିଲୀପ କୁମାର

ସେହିପରି ମଙ୍ଗଳବାର ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ସୋମବାର ରାଜଧାନୀରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟି ଥିଲା । ସେହିପରି ମଙ୍ଗଳବାର ରୁପା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୫,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୫,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୫୨୦ ଟଙ୍କା ରହିଛି । ଯାହା ସୋମବାର ୭,୫୦୦ ଟଙ୍କା ଥିଲା ।