ରାଜଧାନୀରେ ରେକର୍ଡ ସ୍ତରରେ ପହଞ୍ଚିଲା ରୁପା ଦର, ଜାଣନ୍ତୁ ଆଜି କ'ଣ ରହିଛି ସୁନା ରେଟ୍
Advertisement
Article Detail0/zeeodisha/odisha832604

ରାଜଧାନୀରେ ରେକର୍ଡ ସ୍ତରରେ ପହଞ୍ଚିଲା ରୁପା ଦର, ଜାଣନ୍ତୁ ଆଜି କ'ଣ ରହିଛି ସୁନା ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୭୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ଆଜି ରୂପା ମୂଲ୍ୟରେ ୧,୨୦୦ ଟଙ୍କାର ବୃଦ୍ଧି ଘଟିଛି ।

ରାଜଧାନୀରେ ରେକର୍ଡ ସ୍ତରରେ ପହଞ୍ଚିଲା ରୁପା ଦର, ଜାଣନ୍ତୁ ଆଜି କ'ଣ ରହିଛି ସୁନା ରେଟ୍

ନୂଆଦିଲ୍ଲୀ: ଲଗାତର ଚତୁର୍ଥ ଦିନ ସୁନା-ରୁପା ମୂଲ୍ୟ (Gold-Silver Price) ରେ ବୃଦ୍ଧି ରେକର୍ଡ କରାଯାଇଛି । ସେହିପରି ବୈଶ୍ୱିକ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ବୁଧବାର ସୁନା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି (ଗୁରୁବାର) ଦେଶରେ ୨୪  କ୍ୟାରେଟ ୧୦ ଗ୍ରାମ ସୁନା ଦର (Gold Price) ରେ ୫୦୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୬୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୯,୧୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୬୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୮,୧୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ପିଏମ କିସାନ ସମ୍ମାନ ନିଧି: ଚାଷୀଙ୍କୁ ୬,୦୦୦ ବଦଳରେ ମିଳିବ ୧୦,୦୦୦ ଟଙ୍କା!

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୭୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ଆଜି ରୂପା ମୂଲ୍ୟରେ ୧,୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୭୦ ଟଙ୍କା ରହିଛି । ଯାହା ଗତକାଲି ୬,୬୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କର୍ମଚାରୀଙ୍କ ପାଇଁ ଗୁଡ୍ ନ୍ୟୁଜ୍, ଛୁଟି ଓ PF ନିୟମରେ ହେବ ପରିବର୍ତ୍ତନ!

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ଦର (Gold Rate) ରେ ବୃଦ୍ଧି ଘଟିଛି । ବୁଧବାର ଭୁବନେଶ୍ୱରରେ ସୁନା ଦରରେ ୧୬୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୪୯୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୪୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୯,୯୬୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୪୫୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୨୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୫,୮୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଆଉ ଏକ ଖୁସି ଖବର ଦେଲା ରେଲୱେ! ଉପକୃତ ହେବେ ଓଡ଼ିଶାବାସୀ

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୬୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ରୁପା ମୂଲ୍ୟରେ ୧,୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୨୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭,୧୩୦ ଟଙ୍କା ଥିଲା ।