ରାଜଧାନୀରେ ପୁଣି ଖସିଲା ସୁନା ଦର, ଜାଣନ୍ତୁ କ'ଣ ରହିଛି ରୁପା ରେଟ୍
Advertisement

ରାଜଧାନୀରେ ପୁଣି ଖସିଲା ସୁନା ଦର, ଜାଣନ୍ତୁ କ'ଣ ରହିଛି ରୁପା ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ କୌଣସି ବୃଦ୍ଧି ଘଟି ନଥିବା ବେଳେ ଆଜି ରୁପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୦୦୦ ଟଙ୍କା ପହଞ୍ଚିଛି ।

ରାଜଧାନୀରେ ପୁଣି ଖସିଲା ସୁନା ଦର, ଜାଣନ୍ତୁ କ'ଣ ରହିଛି ରୁପା ରେଟ୍

ନୂଆଦିଲ୍ଲୀ: ସପ୍ତାହର ପ୍ରଥମ ଦିନ ସୁନା ମୂଲ୍ୟ (Gold Price) ରେ ବୃଦ୍ଧି ରେକର୍ଡ କରାଯାଇଥିବା ବେଳେ ରୁପା ମୂଲ୍ୟ (Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ସେହିପରି ବୈଶ୍ୱିକ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଗତକାଲି ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଅନ୍ୟପକ୍ଷେ ଆଜି (ସୋମବାର) ଦେଶରେ ୧୦ ଗ୍ରାମ ସୁନା ଦର (Gold Rate) ରେ ୫୦ ଟଙ୍କା ବଢ଼ିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୯୫୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୯୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୯୫୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୯,୯୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-କୋରୋନା ଭ୍ୟାକ୍ସିନକୁ ନେଇ ଆସିଲା ବହୁତ ବଡ଼ ଖୁସି ଖବର!

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ରୁପା ମୂଲ୍ୟରେ କୌଣସି ବୃଦ୍ଧି ଘଟି ନଥିବା ବେଳେ ଆଜି ରୁପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୦୦୦ ଟଙ୍କା ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୨୦୦ ଟଙ୍କାରେ ରହିଛି । ଯାହା ଗତକାଲି ୬,୨୩୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ପୁଣି ଇତିହାସ ଦୋହରାଇବ କଂଗ୍ରେସ!

ସେପଟେ ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ହ୍ରାସ ଘଟିଛି । ଗତକାଲି ଅର୍ଥାତ ରବିବାର ଭୁବନେଶ୍ୱରରେ ସୁନା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଥିଲା । ସେପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୩୮୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୧,୩୯୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୭,୧୧୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-କେବେ ଶେଷ ହେବ କୋରୋନା ମହାମାରୀ? ଭବିଷ୍ୟବାଣୀ କଲେ ଏହି ବ୍ୟକ୍ତି

ସେପଟେ ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଗତକାଲି ରୁପା ମୂଲ୍ୟରେ କୌଣସି ବୃଦ୍ଧି ଘଟି ନଥିବା ବେଳେ ଆଜି ମଧ୍ୟ ରୁପା ଦରରେ କୌଣସି ବୃଦ୍ଧି ରେକର୍ଡ କରାଯାଇ ନାହିଁ । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୭୦୦ ଟଙ୍କା ରହିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୭୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୭୦ ଟଙ୍କାରେ ରହିଛି । ଯାହା ଗତକାଲି ୬,୬୭୦ ଟଙ୍କା ଥିଲା ।