ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ କୌଣସି ବୃଦ୍ଧି ଘଟି ନଥିବା ବେଳେ ଆଜି ରୁପା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୨୧୦ ଟଙ୍କାରେ ରହିଛି । ଗତକାଲି ରୁପା ମୂଲ୍ୟ ୬୧,୨୦୦ ଟଙ୍କା ଥିଲା ।
Trending Photos
ନୂଆଦିଲ୍ଲୀ: ବୈଶ୍ୱିକ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗତକାଲି ସୁନା ମୂଲ୍ୟରେ ୧୧୦ ଟଙ୍କା ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି ଅର୍ଥାତ ରବିବାର ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୧୦ ଟଙ୍କା ବଢ଼ିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୪୧୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୦,୪୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୪୧୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୯,୪୦୦ ଟଙ୍କା ଥିଲା ।
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ କୌଣସି ବୃଦ୍ଧି ଘଟି ନଥିବା ବେଳେ ଆଜି ରୁପା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୨୧୦ ଟଙ୍କାରେ ରହିଛି । ଗତକାଲି ରୁପା ମୂଲ୍ୟ ୬୧,୨୦୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ରାହୁଲଙ୍କ ବଡ଼ ଘୋଷଣା-ଯେଉଁ ଦିନ କଂଗ୍ରେସ କ୍ଷମତାକୁ ଆସିବ, ଡଷ୍ଟବିନରେ ପକାଇବି ଏହି ୩ଟି...
ସେହିପରି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ବି ସୁନା ଦର (Gold Rate) ରେ ବୃଦ୍ଧି ଘଟିଛି । ଗତକାଲି ଅର୍ଥାତ ଶନିବାର ଭୁବନେଶ୍ୱରରେ ସୁନା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୯୧୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୨,୯୦୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୫୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୮,୫୦୦ ଟଙ୍କା ରହିଥିଲା ।
ଅଧିକ ପଢ଼ନ୍ତୁ:-'ରଣବୀର, ଅର୍ଜୁନ ଏବଂ ଡିନୋ ମୋରିୟାଙ୍କୁ ଫସାଇବା ପାଇଁ ଏନସିବି ମୋ ଉପରେ ଚାପ ପକାଉଛି'
ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ କୌଣସି ବୃଦ୍ଧି ଘଟି ନଥିବା ବେଳେ ଆଜି ରୁପା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୨୧୦ ଟଙ୍କାରେ ପହଞ୍ଚିଛି । ଗତକାଲି ରୁପା ମୂଲ୍ୟ ୬୧,୨୦୦ ଟଙ୍କା ଥିଲା ।