ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha811671

ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ସପ୍ତାହର ପ୍ରଥମ ଦିନ ସୁନା ମୂଲ୍ୟ (Gold-Silver Price) ରେ ବୃଦ୍ଧି ଘଟିଛି । ସେହିପରି ବୈଶ୍ୱିକ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ରବିବାର ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଥିଲା । ଆଜି (ସୋମବାର) ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ର

ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ସପ୍ତାହର ପ୍ରଥମ ଦିନ ସୁନା ମୂଲ୍ୟ (Gold-Silver Price) ରେ ବୃଦ୍ଧି ଘଟିଛି । ସେହିପରି ବୈଶ୍ୱିକ ବଜାରରେ ଆଜି ମୂଲ୍ୟବାନ ଧାତୁ ଦରରେ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ରବିବାର ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଥିଲା । ଆଜି (ସୋମବାର) ଦେଶରେ ୧୦ ଗ୍ରାମ ସୁନା ଦର (Gold Price) ରେ ୬୫୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୩୭୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୯,୭୨୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୬୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୩୭୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୪୮,୭୨୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଜାନୁଆରୀ ୧ରୁ ହେବାକୁ ଯାଉଛି ଏହି ୯ଟି ବଡ଼ ପରିବର୍ତ୍ତନ, ଦେଶର କୋଟି କୋଟି ଲୋକ ହେବେ ପ୍ରଭାବିତ!

ସେପଟେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ଥିବା ବେଳେ ଆଜି ରୁପା ଦରରେ ୨,୮୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୯୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୦୭୦ ଟଙ୍କା ରହିଛି । ଯାହା ଗତକାଲି ୬,୭୯୦ ଟଙ୍କା ଥିଲା ।

ଅନ୍ୟପକ୍ଷେ ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ରବିବାର ଭୁବନେଶ୍ୱରରେ ସୁନା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୩୨୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୩୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୧,୦୬୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୨୯୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୬,୮୧୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-ସୋନିଆ ଗାନ୍ଧୀଙ୍କ ଚିଠିରୁ ବଢୁଛି ମହାରାଷ୍ଟ୍ର ସରକାରରେ ବିବାଦ! ଅସନ୍ତୋଷ ପ୍ରକାଶ କଲା ଏନସିପି

ସେହିପରି ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଆଜି ରୁପା ମୂଲ୍ୟରେ ୨,୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୩୭୦ ଟଙ୍କା ରହିଛି । ଯାହା ଗତକାଲି ୭,୧୬୦ ଟଙ୍କା ଥିଲା ।