ଆଜି ଦେଶରେ ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି ଘଟିଛି । ଆଜି ରୁପା ଦରରେ ୩,୦୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୫୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭୩,୫୦୦ ଟଙ୍କା ଥିଲା ।
Trending Photos
ନୂଆଦିଲ୍ଲୀ: ସୁନା-ରୁପା ଦର(Gold-Silver Rate) ଶୁକ୍ରବାର ସର୍ବକାଳୀନ ରେକର୍ଡ ସ୍ତରକୁ ପହଞ୍ଚିଛି । ଲଗାତର ମୂଲ୍ୟବାନ ଧାତୁର ମୂଲ୍ୟରେ ବୃଦ୍ଧି ଘଟିବାରେ ଲାଗିଛି । ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ ମଧ୍ୟ କ୍ରମାଗତ ବୃଦ୍ଧି ଦେଖାଦେଉଛି । ଫଳରେ ଦେଶର ଘରୋଇ ବଜାରରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳୁଛି । ଆଜି(ଅଗଷ୍ଟ ୭) ଦେଶରେ ୧୦ ଗ୍ରାମ ସୁନା ଦରରେ ୬୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୫,୪୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୪,୮୦୦ ଟଙ୍କା ଥିଲା । ସେହିପରି ଦେଶରେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୭୦୦ ଟଙ୍କା ବଢ଼ିଛି । ଯାହା ପରେ ୧୦ ଗ୍ରାମ ସୁନା ଦର ୫୪,୫୦୦ ଟଙ୍କାକୁ ବୃଦ୍ଧି ପାଇଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୫୩,୮୦୦ ଟଙ୍କା ଥିଲା ।
ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି ଘଟିଛି । ଆଜି ରୁପା ଦରରେ ୩,୦୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୫୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭୩,୫୦୦ ଟଙ୍କା ଥିଲା ।
ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସୁନା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ସୁନା ମୂଲ୍ୟରେ ୮୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୯,୧୩୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୮,୩୨୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୬୯୦ ଟଙ୍କା ବଢିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୪,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୫୩,୫୧୦ ଟଙ୍କା ରହିଥିଲା ।
ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୩,୦୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୫୧୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୫୦୦ ଟଙ୍କା ଥିଲା ।