ରୁପା ଦରରେ ହ୍ରାସ, ଜାଣନ୍ତୁ କ'ଣ ରହିଛି ସୁନାର ନୂଆ ରେଟ୍
Advertisement
Article Detail0/zeeodisha/odisha1029815

ରୁପା ଦରରେ ହ୍ରାସ, ଜାଣନ୍ତୁ କ'ଣ ରହିଛି ସୁନାର ନୂଆ ରେଟ୍

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ମୂଲ୍ୟରେ ବୃଦ୍ଧି ଘଟିଛି । ମଙ୍ଗଳବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ହ୍ରାସ ବୃଦ୍ଧି ଦେଖାଦେଇଥିଲା । 

ରୁପା ଦରରେ ହ୍ରାସ, ଜାଣନ୍ତୁ କ'ଣ ରହିଛି ସୁନାର ନୂଆ ରେଟ୍

ନୂଆଦିଲ୍ଲୀ: Gold-Silver Rate: ବୁଧବାର ଅର୍ଥାତ ନଭେମ୍ୱର ୧୭ରେ ସୁନା ମୂଲ୍ୟ (Gold Price) ରେ ବୃଦ୍ଧି ଘଟିଥିବାବେଳେ ରୁପା ମୂଲ୍ୟ  (Silver Price) ରେ ହ୍ରାସ ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ସମାନ ସ୍ଥିତି ରହିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ମଙ୍ଗଳବାର ସୁନା ମୂଲ୍ୟରେ ୪୩୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ବୁଧବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ବୁଧବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୪୭୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଏହାର ମୂଲ୍ୟ ୪୯,୩୬୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୧୧୦ ଟଙ୍କାର ବୃଦ୍ଧି ଘଟିଛି ।  ଫଳରେ ୧୦ ଗ୍ରାମ ସୁନା ଦର ୪୮,୪୭୦ ଟଙ୍କାରେ ପହଞ୍ଚିଛି । ମଙ୍ଗଳବାର ଏହାର ମୂଲ୍ୟ ୪୮,୩୬୦ ଟଙ୍କା ଥିଲା ।
 
ସେପଟେ ବୁଧବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ମଙ୍ଗଳବାର ଦେଶରେ ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟିଥିବାବେଳେ ବୁଧବାର ରୁପା ଦରରେ ୪୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୮୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୪୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ୬,୬୮୦ ଟଙ୍କା ଥିଲା ।

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ମୂଲ୍ୟରେ ବୃଦ୍ଧି ଘଟିଛି । ମଙ୍ଗଳବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ହ୍ରାସ ବୃଦ୍ଧି ଦେଖାଦେଇଥିଲା । ଅନ୍ୟପଟେ ବୁଧବାର ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୭୫୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ୧୦ ଗ୍ରାମ ସୁନା ମୂଲ୍ୟ ୫୦,୭୪୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୧୬୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଏହାର ମୂଲ୍ୟ ୪୬,୧୫୦ ଟଙ୍କା ଥିଲା ।

ସେପଟେ ବୁଧବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ମଙ୍ଗଳବାର ରାଜଧାନୀରେ ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଥିଲା । ଅନ୍ୟପଟେ ବୁଧବାର ରୁପା ଦରରେ ୪୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୮୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୪୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ୬,୬୮୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-କର୍ମଚାରୀଙ୍କୁ ନୂଆ ବର୍ଷରେ ମିଳିବ ଖୁସି ଖବର! ଦରମା ବୃଦ୍ଧି ସହିତ ହୋଇପାରେ ଏହି ବଡ଼ ଘୋଷଣା