ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଶନିବାର ରାଜଧାନୀରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟି ଥିଲା ।
Trending Photos
ନୂଆଦିଲ୍ଲୀ: Gold-Silver Rate: ରବିବାର ଅର୍ଥାତ ନଭେମ୍ୱର ୭ରେ ସୁନା ଓ ରୁପା ମୂଲ୍ୟ (Gold Silver Price) ସ୍ଥିର ରହିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ସମାନ ସ୍ଥିତି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଶନିବାର ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେହିପରି ରବିବାର ଦେଶରେ ୨୪ କ୍ୟାରେଟ ୧୦୦ ଗ୍ରାମ ସୁନା ଦର ସ୍ଥିର ରହିଛି । ଯାହା ପରେ ରବିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୭,୨୨୦ ଟଙ୍କା ରହିଛି । ଯାହା ଶନିବାର ଏହାର ମୂଲ୍ୟ ୪୭,୨୨୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦର ସ୍ଥିର ରହିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୨୨୦ ଟଙ୍କା ରହିଛି । ଶନିବାର ଏହାର ମୂଲ୍ୟ ୪୬,୨୨୦ ଟଙ୍କା ଥିଲା ।
ସେହିପରି ରବିବାର ଦେଶରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ଦେଶରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟି ଥିବାବେଳେ ରବିବାର ରୁପା ଦର ସ୍ଥିର ରହିଛି । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୪୦୦ ଟଙ୍କାରେ ରହିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୪୪୦ ଟଙ୍କାରେ ରହିଛି । ଯାହା ଶନିବାର ୬,୪୪୦ ଟଙ୍କା ଥିଲା ।
ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ମୂଲ୍ୟରେ ବୃଦ୍ଧି ଘଟିଛି । ଶନିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୦ ଟଙ୍କା ବୃଦ୍ଧି ଘଟିଥିଲା । ସେହିପରି ରବିବାର ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୧୯୦ ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୦୨୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଏହାର ମୂଲ୍ୟ ୪୫,୦୧୦ ଟଙ୍କା ଥିଲା ।
ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଶନିବାର ରାଜଧାନୀରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟି ଥିଲା । ସେପଟେ ରବିବାର ରୁପା ଦର ସ୍ଥିର ରହିଛି । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୪୦୦ ଟଙ୍କାରେ ରହିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୪୪୦ ଟଙ୍କାରେ ରହିଛି । ଯାହା ଶନିବାର ୬,୪୪୦ ଟଙ୍କା ଥିଲା ।