ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha738090

ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ଆଜି ଦିଲ୍ଲୀର ସର୍ରାଫା ବଜାରରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଆଜି ରୁପା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୩୬୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୬,୩୫୦ ଟଙ୍କା ଥିଲା ।

ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଆଜି ଅର୍ଥାତ ରବିବାର ରାଜଧାନୀ ଦିଲ୍ଲୀର ସର୍ରାଫା ବଜାରରେ ସୁନା ଦରରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ୧୦ ଗ୍ରାମ ସୁନା ଦର (Gold Rate) ରେ ୧୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ (Gold Price) ୫୪,୫୫୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୪,୫୪୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୧୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୫୦,୦୧୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୫୦,୦୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ରାଜସ୍ଥାନରୁ ଆସିଲା ବଡ଼ ଖବର, ରାଜ୍ୟ କଂଗ୍ରେସରେ ବଡ଼ ପରିବର୍ତ୍ତନ

ସେହିପରି ଆଜି ଦିଲ୍ଲୀର ସର୍ରାଫା ବଜାରରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଆଜି ରୁପା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୩୬୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୬,୩୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ପରିବାରରେ ହୋଇଥିବା ହତ୍ୟା କାରଣରୁ ଭାରତ ଫେରିଥିଲେ ରାଇନା !

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ମଧ୍ୟ ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ୧୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୩,୫୯୦ ଟଙ୍କା ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୩,୫୮୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୧୩୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୯,୧୨୦ ଟଙ୍କା ରହିଥିଲା ।

ଅଧିକ ପଢ଼ନ୍ତୁ:-ପୁଣି ସଚିନ ପାଇଲଟଙ୍କୁ ବଡ଼ ଝଟକା ଦେଲେ ଗେହଲଟ୍

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ଦର (Silver Rate) ରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୩୬୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୩୫୦ ଟଙ୍କା ଥିଲା ।