ଆହୁରି ଖସିଲା ସୁନା-ରୁପା ଦର, ଜାଣନ୍ତୁ କ'ଣ ରହିଛି ରେଟ୍
Advertisement

ଆହୁରି ଖସିଲା ସୁନା-ରୁପା ଦର, ଜାଣନ୍ତୁ କ'ଣ ରହିଛି ରେଟ୍

 ଗୁରୁବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ବୁଧବାର ଦେଶରେ ରୁପା ମୂଲ୍ୟରେ ୨୦୦ ଟଙ୍କାର ହ୍ରାସ ଘଟି ଥିବାବେଳେ ଗୁରୁବାର ରୁପା ମୂଲ୍ୟରେ ୧୦୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୩୦୦ ଟଙ୍କାରେ ପହଞ୍ଚିଛି ।

ଆହୁରି ଖସିଲା ସୁନା-ରୁପା ଦର, ଜାଣନ୍ତୁ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: ଗୁରୁବାର ଦେଶରେ ସୁନା-ରୁପା ମୂଲ୍ୟ (Gold-Silver Rate) ରେ ହ୍ରାସ ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ବୁଧବାର ସୁନା ମୂଲ୍ୟରେ ୧୯୦ ଟଙ୍କାର ହ୍ରାସ ଘଟି ଥିଲା । ସେହିପରି ଗୁରୁବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୬୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୩୫୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ଏହାର ମୂଲ୍ୟ ୪୮,୪୧୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୬୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୩୫୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ବୁଧବାର ଏହାର ମୂଲ୍ୟ ୪୭,୪୧୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ସ୍ୱାସ୍ଥ୍ୟ ବିଭାଗର ଚିନ୍ତା, Delta plus ଭାରିଏଣ୍ଟ ଯୋଗୁଁ କୋରୋନାର ତୃତୀୟ ଲହର ହୋଇପାରେ ମାରାତ୍ମକ

ସେହିପରି ଗୁରୁବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ବୁଧବାର ଦେଶରେ ରୁପା ମୂଲ୍ୟରେ ୨୦୦ ଟଙ୍କାର ହ୍ରାସ ଘଟି ଥିବାବେଳେ ଗୁରୁବାର ରୁପା ମୂଲ୍ୟରେ ୧୦୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୦୩୦ ଟଙ୍କା ରହିଛି । ଯାହା ବୁଧବାର ୭,୧୩୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଦେଶରେ କୋରୋନାର ତାଣ୍ଡବ ଜାରି: ଦିନକରେ ଚିହ୍ନଟ ହେଲା ଏତିକି ସଂକ୍ରମିତ, ୨୩୩୦ ସଂକ୍ରମିତଙ୍କ ମୃତ୍ୟୁ

ଗୁରୁବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ହ୍ରାସ ଘଟିଛି । ବୁଧବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୬୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଗୁରୁବାର ୧୦ ଗ୍ରାମ ସୁନା ମୂଲ୍ୟରେ ୫୪୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୯୩୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୪୭୦ ଟଙ୍କାରେ ବନ୍ଦ ହୋଇଥିଲା । ସେପଟେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୫୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୮୫୦ ଟଙ୍କାରେ ପହଞ୍ଚିଛି । ସେପଟେ ବୁଧବାର ଏହାର ମୂଲ୍ୟ ୪୫,୩୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ୟୁପି ରାଜନୀତିରେ ଝଡ଼, ଭାଙ୍ଗିଯିବ କି BSP?

ଗୁରୁବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ବୁଧବାର ରାଜଧାନୀରେ ରୁପା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ଘଟି ଥିଲା । ଅନ୍ୟପଟେ ଗୁରୁବାର ରୁପା ମୂଲ୍ୟରେ ୧୧୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୫,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୫୧୦ ଟଙ୍କା ରହିଛି । ଯାହା ବୁଧବାର ୭,୬୨୦ ଟଙ୍କା ଥିଲା ।