ରାଜଧାନୀରେ ଖସିଲା ପେଟ୍ରୋଲ-ଡିଜେଲ ଦର, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha1132527

ରାଜଧାନୀରେ ଖସିଲା ପେଟ୍ରୋଲ-ଡିଜେଲ ଦର, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍

Today Petrol-Diesel Rate 24 March 2022: ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।

ରାଜଧାନୀରେ ଖସିଲା ପେଟ୍ରୋଲ-ଡିଜେଲ ଦର, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 24 March 2022: ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ମୂଲ୍ୟରେ ହ୍ରାସ ବୃଦ୍ଧି ଆମର ପକେଟ ଉପରେ ସିଧାସଳଖ ପ୍ରଭାବ ପକାଇଥାଏ । ସେଥିପାଇଁ ଆମର ନଜର ପ୍ରତିଦିନ ଏହାର ମୂଲ୍ୟ ଉପରେ ଥାଏ । ଆଜି (ଗୁରୁବାର) ଅର୍ଥାତ ମାର୍ଚ୍ଚ ୨୪ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ଲଗାତର ୨ ଦିନ ତୈଳ ଦର (Fuel Price) ରେ ବୃଦ୍ଧି ଘଟିବା ପରେ ଆଜି ପେଟ୍ରୋଲ-ଡିଜେଲ ଦର ସ୍ଥିର ରହିଛି । 

ଅନ୍ୟପଟେ ବୈଶ୍ୱିକ ବଜାରରେ ଅଶୋଧିତ ତୈଳର ମୂଲ୍ୟରେ ବୃଦ୍ଧି ଦେଖାଦେଇଛି । ୟୁକ୍ରେନ ଓ ଋଷ ମଧ୍ୟରେ ଯୁଦ୍ଧ (Russia-Ukraine War) ର ପ୍ରଭାବ ବୈଶ୍ୱକ ବଜାରରେ ଅଶୋଧିତ ତୈଳ (Crude Oil Price in International Market) ର ମୂଲ୍ୟ ଉପରେ ପଡ଼ୁଛି । ଯାହା ଫଳରେ ଆଜି ମଧ୍ୟ ଅଶୋଧିତ ତୈଳ ଦରରେ ବୃଦ୍ଧି ରେକର୍ଡ କରାଯାଇଛି ।

ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ ଗୁରୁବାର ଦିଲ୍ଲୀରେ ପେଟ୍ରୋଲ ୯୭.୦୧ ଟଙ୍କା ଓ ଡିଜେଲ ଲିଟର ପିଛା ୮୮.୨୭ ଟଙ୍କା ରହିଛି । ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିର ରହିଛି । ଅନ୍ୟପଟେ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଆଜି ରାଜଧାନୀରେ ପେଟ୍ରୋଲ ମୂଲ୍ୟରେ ୪୦ ପଇସା ଓ ଡିଜେଲ ମୂଲ୍ୟରେ ୩୮ ପଇସା ବୃଦ୍ଧି ହ୍ରାସ ଘଟିଛି ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୭.୦୧ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୧୧.୬୭ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୩୪ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୯୧ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୪୧ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । 
ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୨.୨୬ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୮.୯୧ ଟଙ୍କା ଦରରେ ବିକ୍ରି ହେଉଛି । 

ସେହିପରି ପାଟନାରେ ୧୦୭.୫୫ ଓ ତିଭେନ୍ଦ୍ରମରେ ୧୦୭.୮୨ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ପେଟ୍ରୋଲ ୯୬.୭୩ ଟଙ୍କା ଦରରେ ବିକ୍ରି ହେଉଛି । ଗୁରୁଗ୍ରାମରେ ପେଟ୍ରୋଲ ୯୭.୨୮ ଟଙ୍କା ଓ ନୋଏଡାରେ ପେଟ୍ରୋଲ ୯୭.୨୩ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ଚଣ୍ଡିଗଡ଼ରେ ପେଟ୍ରୋଲ ୯୫.୮୦ ଓ ହାଇଦ୍ରାବାଦରେ ୧୧୦.୦୧ ଟଙ୍କା ରହିଛି ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୮.୨୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୫.୮୫ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୧.୪୨ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୨.୯୫ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୩.୨୩ ଟଙ୍କା ଦରରେ ବିକ୍ରି ହେଉଛି । 

ଏହା ବି ପଢ଼ନ୍ତୁ:-ବାବା ଭେଙ୍ଗାଙ୍କ ଆଉ ଏକ ଭବିଷ୍ୟବାଣୀ ହେବାକୁ ଯାଉଛି ସତ! ପୁଟିନ ଓ ଋଷକୁ ନେଇ କହିଥିଲେ ଏହି ବଡ଼ କଥା

ଏହା ବି ପଢ଼ନ୍ତୁ:-ପ୍ରଚଣ୍ଡ ଖରାରେ ଅଦିନିଆ ବର୍ଷା, ଆଜିଠୁ ଏହି ସବୁ ଜିଲ୍ଲାରେ ବର୍ଷିବ!

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।