Petrol Diesel Price: ପେଟ୍ରୋଲ-ଡିଜେଲ ମୂଲ୍ୟରେ ମିଳିବ ରିହାତି! ଅଶୋଧିତ ତୈଳ ଦରରେ ରେକର୍ଡ ହ୍ରାସ
Advertisement
Article Detail0/zeeodisha/odisha1364901

Petrol Diesel Price: ପେଟ୍ରୋଲ-ଡିଜେଲ ମୂଲ୍ୟରେ ମିଳିବ ରିହାତି! ଅଶୋଧିତ ତୈଳ ଦରରେ ରେକର୍ଡ ହ୍ରାସ

Today Petrol-Diesel Rate 24 September 2022: ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

Petrol Diesel Price: ପେଟ୍ରୋଲ-ଡିଜେଲ ମୂଲ୍ୟରେ ମିଳିବ ରିହାତି! ଅଶୋଧିତ ତୈଳ ଦରରେ ରେକର୍ଡ ହ୍ରାସ

ନୂଆଦିଲ୍ଲୀ: Today Petrol-Diesel Rate 24 September 2022: ଆମେରିକାର କେନ୍ଦ୍ରୀୟ ବ୍ୟାଙ୍କ ଫେଡେରାଲ ରିଜର୍ଭ ପରେ ବ୍ୟାଙ୍କ ଅଫ୍ ଇଂଲଣ୍ଡ ଓ ସ୍ୱିସ୍ ବ୍ୟାଙ୍କ ଦ୍ୱାରା ସୁଧ ହାର (Interest Rates) ବୃଦ୍ଧି କରାଯାଇଛି । ଏହାର ପ୍ରଭାବ ଅଶୋଧିତ ତୈଳ (Crude Oil) ଉପରେ ପଡ଼ିଛି । ଅନେକ ଦେଶ ଦ୍ୱାରା ନୀତିଗତ ସୁଧ ହାରରେ ବୃଦ୍ଧି ଯୋଗୁଁ ଦୁନିଆରେ ଆର୍ଥିକ ମାନ୍ଦାବସ୍ଥା (Global Recession) କୁ ଚିନ୍ତା ବଢ଼ିଯାଇଛି । ଏହି କାରଣରୁ ତେଲର ଚାହିଦା ହ୍ରାସ ପାଇବ ବୋଲି ନିବେଶକମାନେ ଭୟ କରୁଛନ୍ତି । ଏହାର ସିଧାସଳଖ ପ୍ରଭାବ ଅଶୋଧିତ ତୈଳ ଦର ଉପରେ ପଡ଼ିଛି । ସପ୍ତାହର ଶେଷ ବ୍ୟବସାୟ ଦିନ ଶୁକ୍ରବାର ବ୍ରେଣ୍ଟ ତେଲ ୪.୨୧ ପ୍ରତିଶତ ବା ୩.୮୧ ଡଲାରର ଭାରି ହ୍ରାସ ସହ ବ୍ୟାରେଲ ପିଛା ୮୬.୬୫ ଡଲାରରେ ବନ୍ଦ ହୋଇଛି । ଏଥି ସହିତ ଅଶୋଧିତ ତୈଳ ଡବ୍ଲୁଟିଆଇ  ୮୦ ଡଲାରକୁ ଖସି ଆସିଛି । ଏହାର ଫ୍ୟୁଚର ମୂଲ୍ୟ ଶୁକ୍ରବାର ୪.୮୬ ପ୍ରତିଶତ ବା ୪.୦୬ ଡଲାରର ବଡ଼ ଧରଣର ହ୍ରାସ ସହ ବ୍ୟାରେଲ ପିଛା ୭୯.୪୩ ଡଲାରରେ ବନ୍ଦ ହୋଇଛି । ଅଶୋଧିତ ତୈଳ ମୂଲ୍ୟରେ ଏହି କ୍ରମାଗତ ହ୍ରାସ ସତ୍ତ୍ୱ ଦେଶରେ ପେଟ୍ରୋଲ-ଡିଜେଲ ମୂଲ୍ୟ ଗତ ଚାରିମାସ ମଧ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । 

ଚଳିତ ବର୍ଷ ମେ ୨୨ରେ ସରକାର ପେଟ୍ରୋଲ ଉପରେ କେନ୍ଦ୍ରୀୟ ଏକ୍ସାଇଜ୍ ଡ୍ୟୁଟି ହ୍ରାସ କରିବାକୁ ନିଷ୍ପତ୍ତି ନେଇଥିଲେ । ଏହି କାରଣରୁ ଦିଲ୍ଲୀରେ ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କାକୁ ଖସି ଆସିଛି । ଆଜି (ମଙ୍ଗଳବାର) ଅର୍ଥାତ ସେପ୍ଟେମ୍ୱର ୨୪ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ଆଜି ଲଗାତର ୧୨୪ ଦିନ ହେବ ପେଟ୍ରୋଲ ଓ ଡିଜେଲ ଦରରେ କୌଣସି ପରିବର୍ତ୍ତନ ଘଟି ନାହିଁ । ସେପଟେ ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ଆଜି ଜାତୀୟ ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେପଟେ ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । ସେପଟେ ଭୁବନେଶ୍ୱରରେ ପେଟ୍ରୋଲ-ଡିଜେଲ ଦରରେ ବୃଦ୍ଧି ଘଟିଛି ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୩୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୬୩ ଟଙ୍କା ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୧୯ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୧୧ ଟଙ୍କା ଥିଲା । ସେହିପରି ହାଇଦ୍ରାବାଦରେ ପେଟ୍ରୋଲ ଦର ୧୦୯.୬୬ ଟଙ୍କା ରହିଛି । ବେଙ୍ଗାଲୁରୁରେ ପେଟ୍ରୋଲ ଦର ୧୦୧.୯୪ ଟଙ୍କା ରହିଛି ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୨୭ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୨୪ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୪.୭୬ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର  ୯୪.୬୮ ଟଙ୍କା ଥିଲା । ସେପଟେ ହାଇଦ୍ରାବାଦରେ ଡିଜେଲ ମୂଲ୍ୟ ୯୭.୮୨ ଟଙ୍କା ଥିବାବେଳେ ବେଙ୍ଗାଲୁରୁରେ ୮୭.୮୯ ଟଙ୍କା ରହିଛି ।

ଅଧିକ ପଢ଼ନ୍ତୁ:-ଅଷ୍ଟ୍ରେଲିଆକୁ ପରାସ୍ତ କରିବା ମାତ୍ରେ ପାକିସ୍ତାନର ସମକକ୍ଷ ହେଲା ଟିମ୍ ଇଣ୍ଡିଆ, ବର୍ତ୍ତମାନ ଖୁବ୍ ଶୀଘ୍ର ଭାଙ୍ଗିବ ଏହି ବିଶ୍ୱ ରେକର୍ଡ

ଅଧିକ ପଢ଼ନ୍ତୁ:-ଦୁର୍ଗା ପୂଜା ପୂର୍ବରୁ ଖୁସି ଖବର ଦେଲା ରେଲୱେ! ଉପକୃତ ହେବେ ଓଡ଼ିଶାବାସୀ

ଅଧିକ ପଢ଼ନ୍ତୁ:-ରୋହିତ ଶର୍ମା ରଚିଲେ ଇତିହାସ, ଟି-20 କ୍ରିକେଟରେ ନିଜ ନାଁରେ କଲେ ଏହି ବିଶ୍ୱ ରେକର୍ଡ

 

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।