Today Petrol-Diesel Rate 27 October 2021: ଆଜି (ବୁଧବାର) ଅର୍ଥାତ ଅକ୍ଟୋବର ୨୭ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ଲଗାତର ଦୁଇ ଦିନ ଦେଶରେ ତୈଳ ଦର (Fuel Price) ସ୍ଥିର ରହିବା ପରେ ଆଜି ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ଦେଶରେ ପେଟ୍ରୋଲ ଓ ଡିଜେ
Trending Photos
ନୂଆଦିଲ୍ଲୀ: Today Petrol-Diesel Rate 27 October 2021: ଆଜି (ବୁଧବାର) ଅର୍ଥାତ ଅକ୍ଟୋବର ୨୭ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ଲଗାତର ଦୁଇ ଦିନ ଦେଶରେ ତୈଳ ଦର (Fuel Price) ସ୍ଥିର ରହିବା ପରେ ଆଜି ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ଦେଶରେ ପେଟ୍ରୋଲ ଓ ଡିଜେଲ ପ୍ରତି ଲିଟର ପିଛା ପ୍ରାୟ ୩୫-୩୫ ପଇସା ବୃଦ୍ଧି ଘଟିଛି । ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ ବୁଧବାର ଦିଲ୍ଲୀରେ ପେଟ୍ରୋଲ ୧୦୭.୯୪ ଟଙ୍କା ଓ ଡିଜେଲ ଲିଟର ପିଛା ୯୬.୬୭ ଟଙ୍କା ରହିଛି । ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ବୃଦ୍ଧି ଘଟିଛି ।
ସୂଚନାଯୋଗ୍ୟ, ତୈଳ ମାର୍କେଟିଂ କମ୍ପାନୀଗୁଡିକ (Oil marketing companies) ଗତ ୧୫ ଦିନରେ ଅନ୍ତର୍ଜାତୀୟ ବଜାରରେ ବେଞ୍ଚମାର୍କ ଇନ୍ଧନର ହାରାହାରି ମୂଲ୍ୟ ଓ ବୈଦେଶିକ ମୁଦ୍ରା ମୂଲ୍ୟ ଉପରେ ଆଧାର କରି ପ୍ରତିଦିନ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ସଂଶୋଧନ କରନ୍ତି ।
ଏହି ରାଜ୍ୟଗୁଡ଼ିକରେ ପେଟ୍ରୋଲ ମୂଲ୍ୟ ୧୦୦ ଟଙ୍କା ଅତିକ୍ରମ କରିଛି
ଏଠାରେ କହି ରଖୁଛୁ ଯେ, ଉତ୍ତର ପ୍ରଦେଶ, ମଧ୍ୟପ୍ରଦେଶ, ରାଜସ୍ଥାନ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, କର୍ଣ୍ଣାଟକ, ଓଡିଶା, ଜମ୍ମୁ କଶ୍ମୀର ଏବଂ ଲଦାଖରେ ପେଟ୍ରୋଲର ମୂଲ୍ୟ ୧୦୦ ଟଙ୍କା ଅତିକ୍ରମ କରିଛି ।
ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୭.୯୪ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୧୩.୮୦ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୮.୪୬ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୪.୮୩ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୮.୮୯ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।
ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୯୬.୬୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୧୦୪.୭୫ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୯.୭୮ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୧୦୦.୯୨ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୧୦୫.୪୪ ଟଙ୍କା ଦରରେ ବିକ୍ରି ହେଉଛି ।
ଜାଣନ୍ତୁ ଆପଣଙ୍କ ସହରର ରେଟ୍
ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।
ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx
ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।
ଏହା ବି ପଢ଼ନ୍ତୁ:-କୋରୋନାରୁ ରକ୍ଷା କରେ ଭିଟାମିନ ସି: କେବଳ ଏହି ଖଟା ଫଳକୁ କରନ୍ତୁ ସେବନ, ଖାଇବାକୁ ପଡ଼ିବନି ଔଷଧ!
ଏହା ବି ପଢ଼ନ୍ତୁ:-ଚୀନରେ ପୁଣି କୋରୋନାର ପ୍ରକୋପ: ଏହି ସହରରେ ଲାଗିଲା ଲକଡାଉନ୍, ୪୦ ଲକ୍ଷ ଲୋକ ଗୃହ ବନ୍ଦୀ
ଏହା ବି ପଢ଼ନ୍ତୁ:-ବଦଳିଗଲା ପେନସନର ନିୟମ, ନଭେମ୍ୱର ୩୦ ପର୍ଯ୍ୟନ୍ତ ଯଦି ଏହି କାର୍ଯ୍ୟ ନ କରିବେ ତ ବନ୍ଦ ହୋଇଯିବ ପେନସନ
ଏହା ବି ପଢ଼ନ୍ତୁ:-କର୍ମଚାରୀଙ୍କ ପାଇଁ ବଡ଼ ଖବର; ସ୍ମାର୍ଟ ୱାଚ ମାଧ୍ୟମରେ ଟ୍ରାକ୍ ହେବ ପ୍ରତ୍ୟେକ କାର୍ଯ୍ୟକଳାପ, ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ମୁଖ୍ୟମନ୍ତ୍ରୀ