Petrol-Diesel Price: ଅଶୋଧିତ ତୈଳ ମୂଲ୍ୟରେ ରେକର୍ଡ ହ୍ରାସ, ଏହି ଦିନ ଶସ୍ତା ହେବ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଆଜିର ରେଟ୍
Advertisement

Petrol-Diesel Price: ଅଶୋଧିତ ତୈଳ ମୂଲ୍ୟରେ ରେକର୍ଡ ହ୍ରାସ, ଏହି ଦିନ ଶସ୍ତା ହେବ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଆଜିର ରେଟ୍

Today Petrol-Diesel Rate 28 September 2022: ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

Petrol-Diesel Price: ଅଶୋଧିତ ତୈଳ ମୂଲ୍ୟରେ ରେକର୍ଡ ହ୍ରାସ, ଏହି ଦିନ ଶସ୍ତା ହେବ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 28 September 2022: ଘରୋଇ ବଜାରରେ ପେଟ୍ରୋଲ-ଡିଜେଲ ମୂଲ୍ୟ ଚାରି ମାସରୁ ଅଧିକ ସମୟ ଧରି ସମାନ ସ୍ତରରେ ରହିଆସୁଛି । କିନ୍ତୁ ଅଶୋଧିତ ତୈଳ ରେକର୍ଡ ସ୍ତରକୁ ଖସି ଆସିଛି । ଅଶୋଧିତ ତୈଳ ମୂଲ୍ୟରେ ଲଗାତର ହ୍ରାସ ରେକର୍ଡ କରାଯାଉଛି । ବିଶେଷଜ୍ଞମାନେ ଆଶା କରୁଛନ୍ତି ଯେ ପାର୍ବଣ ଋତୁରେ ମହଙ୍ଗା ତେଲରୁ ରିହାତି ମିଳିପାରେ । ପେଟ୍ରୋଲ ଓ ଡିଜେଲର ମୂଲ୍ୟ ଲିଟର ପିଛା ୨ରୁ ୩ ଟଙ୍କା ଖସି ପାରେ ବୋଲି ଆଶା କରାଯାଉଛି । ବୈଶ୍ୱିକ ବଜାରରେ ଅଶୋଧିତ ତୈଳର ମୂଲ୍ୟ ୯ ମାସର ତଳ ସ୍ତରକୁ ଖସି ଆସିଛି । ଗତକାଲି (ମଙ୍ଗଳବାର) ସନ୍ଧ୍ୟା ପର୍ଯ୍ୟନ୍ତ ବ୍ରେଣ୍ଟ ଅଶୋଧିତ ବ୍ୟାରେଲ ପିଛା ପ୍ରାୟ ୮୬.୧୭ ଡଲାର ଥିବାବେଳେ ଡବ୍ଲୁଟିଆଇ ବ୍ୟାରେଲ ପିଛା ୭୮.୫୩ ଡଲାରକୁ ପହଞ୍ଚିଛି । ଅନ୍ୟପକ୍ଷେ ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ଆଜି ଜାତୀୟ ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେପଟେ ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । କିନ୍ତୁ ଭୁବନେଶ୍ୱରରେ ପେଟ୍ରୋଲ-ଡିଜେଲ ଦରରେ ବୃଦ୍ଧି ଘଟିଛି ।

ସୂଚନାଯୋଗ୍ୟ, ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରେ ଟିକସ ଆଦାୟ କରୁଛନ୍ତି । ଏହା ବ୍ୟତୀତ ମାଲ ପରିବହନ, ଡିଲର ଚାର୍ଜ ଏବଂ ଡିଲର କମିଶନ ମଧ୍ୟ ଏହାର ମୂଲ୍ୟରେ ଅନ୍ତର୍ଭୁକ୍ତ ଥାଏ । ପେଟ୍ରୋଲ ଓ ଡିଜେଲର ମୂଳ ମୂଲ୍ୟରେ ଏସବୁ ଯୋଡିବା ପରେ ଖୁଚୁରା ମୂଲ୍ୟ ସାମ୍ନାକୁ ଆସେ । ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ର ସରକାର ଉତ୍ପାଦନ ଶୁଳ୍କ ବା ଏକ୍ସାଇଜ୍ ଡ୍ୟୁଟି ଆଦାୟ କରନ୍ତି ଯାହା ସମଗ୍ର ଦେଶରେ ସମାନ ଅଟେ । ରାଜ୍ୟ ସରକାର ଭ୍ୟାଟ୍ ଆଦାୟ କରନ୍ତି । ରାଜ୍ୟଗୁଡ଼ିକରେ ଅଲଗା ଅଲଗା ଭ୍ୟାଟ୍ କାରଣରୁ ବିଭିନ୍ନ ରାଜ୍ୟ ଓ ସହରରେ  ପେଟ୍ରୋଲ ଓ ଡିଜେଲର ଭିନ୍ନ ଦର ରହିଥାଏ ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୩୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୬୩ ଟଙ୍କା ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୬୦ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୧୯ ଟଙ୍କା ଥିଲା । ସେହିପରି ହାଇଦ୍ରାବାଦରେ ପେଟ୍ରୋଲ ଦର ୧୦୯.୬୬ ଟଙ୍କା ରହିଛି । ବେଙ୍ଗାଲୁରୁରେ ପେଟ୍ରୋଲ ଦର ୧୦୧.୯୪ ଟଙ୍କା ରହିଛି ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୨୭ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୨୪ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୫.୧୫ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର ୯୪.୭୬ ଟଙ୍କା ଥିଲା । ସେପଟେ ହାଇଦ୍ରାବାଦରେ ଡିଜେଲ ମୂଲ୍ୟ ୯୭.୮୨ ଟଙ୍କା ଥିବାବେଳେ ବେଙ୍ଗାଲୁରୁରେ ୮୭.୮୯ ଟଙ୍କା ରହିଛି ।

ଅଧିକ ପଢ଼ନ୍ତୁ:-ରାଜସ୍ଥାନର କ୍ଷମତା ଲଢ଼େଇରେ ସଚିନ ପାଇଲଟଙ୍କ ଠାରୁ ହାରିଗଲେ ଅଶୋକ ଗେହଲୋତ!

ଅଧିକ ପଢ଼ନ୍ତୁ:-ଠକାମିର ଶିକାର ହେଲେ ବିଜେପି ସାଂସଦ, ଲୁଟି ନେଲେ ଏତେ କୋଟି ଟଙ୍କା

ଅଧିକ ପଢ଼ନ୍ତୁ:-PFI କୁ ବେଆଇନ ସଂଗଠନ ବୋଲି ଘୋଷଣା କଲେ କେନ୍ଦ୍ର ସରକାର, ଲଗାଇଲେ ୫ ବର୍ଷର ବ୍ୟାନ୍

 

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx