ପୁଣି ବଢ଼ିଲା ତୈଳ ଦର: ହାଇଦ୍ରାବାଦ ସମେତ ଏସବୁ ବଡ ସହରରେ ୧୦୦ ଟଙ୍କା ପାର କଲା ପେଟ୍ରୋଲ
Advertisement

ପୁଣି ବଢ଼ିଲା ତୈଳ ଦର: ହାଇଦ୍ରାବାଦ ସମେତ ଏସବୁ ବଡ ସହରରେ ୧୦୦ ଟଙ୍କା ପାର କଲା ପେଟ୍ରୋଲ

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।

ପୁଣି ବଢ଼ିଲା ତୈଳ ଦର: ହାଇଦ୍ରାବାଦ ସମେତ ଏସବୁ ବଡ ସହରରେ ୧୦୦ ଟଙ୍କା ପାର କଲା ପେଟ୍ରୋଲ

ନୂଆଦିଲ୍ଲୀ: Today Petrol-Diesel Rate 29 June 2021: ସପ୍ତାହର ପ୍ରଥମ ଦିନ ଅର୍ଥାତ ସୋମବାର ତୈଳ ଦର ଅପରିବର୍ତ୍ତିତ ରହିଥିବାବେଳେ ଆଜି (ମଙ୍ଗଳବାର) ପୁଣି ପେଟ୍ରୋଲ-ଡିଜେଲ ଦର (Petrol-Diesel Rate) ରେ ବୃଦ୍ଧି ରେକର୍ଡ କରାଯାଇଛି । ସେହିପରି ବୈଶ୍ୱିକ ବଜାରରେ ତୈଳ ଦରରେ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରରେ ପେଟ୍ରୋଲ ଓ ଡିଜେଲ ଦର ରେକର୍ଡ ସ୍ତରରେ ପହଞ୍ଚିଛି । ମୁମ୍ୱାଇ, ହାଇଦ୍ରାବାଦ, ବେଙ୍ଗାଲୁରୁ, ପାଟନା, ତିଭେନ୍ଦ୍ରମ୍, ଜୟପୁର ଓ ଭୋପାଳ ପରି ଦେଶର ଅନେକ ସହରରେ ପେଟ୍ରୋଲ ଦର ୧୦୦ ଟଙ୍କା ପାର କରିସାରିଛି । ଆଜି ଦେଶର ୪ଟି ମହାନଗରରେ ପେଟ୍ରୋଲ-ଡିଜେଲ ଦର (Petrol-Diesel Rate) ରେ ବୃଦ୍ଧ ରେକର୍ଡ କରାଯାଇଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ତୈଳ ଦର ମଧ୍ୟ ୧୦୦ ଟଙ୍କା ପ୍ରତି ଲିଟର ପାଖାପାଖି ପହଞ୍ଚିସାରିଛି ।

ଅଧିକ ପଢ଼ନ୍ତୁ:-LIC ର ଏହି ପଲିସିରେ ପ୍ରତିଦିନ ୨୮ ଟଙ୍କା ନିବେଶ କରି ପାଇପାରିବେ ୨୬ ଲକ୍ଷ ଟଙ୍କା, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ଲାନ୍...

ତୈଳ କମ୍ପାନୀଗୁଡିକ ମଙ୍ଗଳବାର ଦିଲ୍ଲୀ, ମୁମ୍ବାଇ, କୋଲକାତା, ଚେନ୍ନାଇ ଏବଂ ଭୁବନେଶ୍ୱରରେ ପେଟ୍ରୋଲର ମୂଲ୍ୟ ଯଥାକ୍ରମେ ୩୫ ପଇସା, ୩୪ ପଇସା, ୩୪ ପଇସା, ୩୩ ପଇସା ଏବଂ ୬୨ ପଇସା ବୃଦ୍ଧି କରିଛନ୍ତି । ସେହିପରି ଦିଲ୍ଲୀ, ମୁମ୍ବାଇ,  କୋଲକାତା, ଚେନ୍ନାଇ ଏବଂ ଭୁବନେଶ୍ୱରରେ ଡିଜେଲର ମୂଲ୍ୟ ଯଥାକ୍ରମେ ୨୮ ପଇସା, ୩୦ ପଇସା, ୨୮ ପଇସା, ୨୮ ପଇସା ଏବଂ ୬୬ ପଇସା ବୃଦ୍ଧି ପାଇଛି ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୮.୮୧ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୪.୯୦ ଟଙ୍କା ରହିଛି । କୋଲକାତା ଲିଟର ପିଛା ୯୮.୬୪ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୯୯.୮୨ ଟଙ୍କା ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୯୯.୯୬ ଟଙ୍କା ରହିଛି ।  ସେହିପରି ହାଇଦ୍ରାବାଦରେ ଲିଟର ପିଛା ପେଟ୍ରୋଲ ମୂଲ୍ୟ ୧୦୨.୬୯ ଟଙ୍କା ରହିଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୨.୧୧ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୫.୭୪ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୦.୮୧ ଓ ତିଭେନ୍ଦ୍ରମରେ ୧୦୧.୦୪ ଟଙ୍କା ପ୍ରତି ଲିଟର ଦରରେ ପେଟ୍ରୋଲ ବିକ୍ରି ହେଉଛି ।

ଅଧିକ ପଢ଼ନ୍ତୁ:-ଅନେକ ରୋଗ ପାଇଁ ରାମବାଣ ହୋଇଥାଏ ଅଶ୍ୱଗନ୍ଧା, ଜାଣନ୍ତୁ ଏହାର ଚମତ୍କାରୀ ଲାଭ ବିଷୟରେ...

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୧୮ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୬.୭୨ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୨.୦୩ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୩.୭୪ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୯୭.୫୪ ଟଙ୍କା ଦରରେ ବିକ୍ରି ହେଉଛି ।

ଅଧିକ ପଢ଼ନ୍ତୁ:-କିମ ଜୋଙ୍ଗ ଉନଙ୍କୁ ଦେଖି ଉତ୍ତର କୋରିଆର ନାଗରିକଙ୍କ ଆଖିରେ ଆସିଗଲା ଲୁହ, ଜାଣନ୍ତୁ କାହିଁକି?

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।