ଏଠାରେ କହି ରଖୁଛୁ ଯେ, ଉତ୍ତର ପ୍ରଦେଶ, ମଧ୍ୟପ୍ରଦେଶ, ରାଜସ୍ଥାନ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, କର୍ଣ୍ଣାଟକ, ଓଡିଶା, ଜମ୍ମୁ କଶ୍ମୀର ଏବଂ ଲଦାଖରେ ପେଟ୍ରୋଲର ମୂଲ୍ୟ ୧୦୦ ଟଙ୍କା ଅତିକ୍ରମ କରିଛି ।
Trending Photos
ନୂଆଦିଲ୍ଲୀ: Today Petrol-Diesel Rate 31 October 2021: ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ମୂଲ୍ୟରେ ହ୍ରାସ ବୃଦ୍ଧି ଆମର ପକେଟ ଉପରେ ସିଧାସଳଖ ପ୍ରଭାବ ପକାଇଥାଏ । ସେଥିପାଇଁ ଆମର ନଜର ପ୍ରତିଦିନ ଏହାର ମୂଲ୍ୟ ଉପରେ ଥାଏ । ଦେଶରେ ଲଗାତର ଇନ୍ଧନ ମୂଲ୍ୟ (Fuel Price) ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି । ଲଗାତର ଦେଶରେ ତୈଳ ଦରରେ ବୃଦ୍ଧି ରେକର୍ଡ କରାଯାଉଛି । ଯାହା ଫଳରେ ସାଧାରଣ ଜନତାଙ୍କ ପକେଟ ଉପରେ ବୋଝ ବଢ଼ି ବଢ଼ି ଚାଲିଛି । ଆଜି (ରବିବାର) ଅର୍ଥାତ ଅକ୍ଟୋବର ୩୧ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ଆଜି ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ଦେଶରେ ପେଟ୍ରୋଲ ଓ ଡିଜେଲ ପ୍ରତି ଲିଟର ପିଛା ପ୍ରାୟ ୩୫-୩୫ ପଇସା ବୃଦ୍ଧି ଘଟିଛି । ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ ରବିବାର ଦିଲ୍ଲୀରେ ପେଟ୍ରୋଲ ୧୦୯.୩୪ ଟଙ୍କା ଓ ଡିଜେଲ ଲିଟର ପିଛା ୯୮.୦୭ ଟଙ୍କା ରହିଛି । ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ବୃଦ୍ଧି ଘଟିଛି ।
ବିଗତ ୨୬ ଦିନ ମଧ୍ୟରେ ପେଟ୍ରୋଲ ୮.୧୫ ଟଙ୍କା ହୋଇଛି ମହଙ୍ଗା
ଚଳିତ ବର୍ଷ ସେପ୍ଟେମ୍ବର ୨୮ରେ ପେଟ୍ରୋଲ ୨୦ ପଇସା ମହଙ୍ଗା ହୋଇଥିବାବେଳେ ଡିଜେଲ ଲିଟର ପିଛା ୨୫ ପଇସା ମଧ୍ୟ ମହଙ୍ଗା ହୋଇଥିଲା । ବାସ୍ତବରେ, ସେପ୍ଟେମ୍ବରର ଶେଷ ଦିନରୁ ପେଟ୍ରୋଲ ଦର ବୃଦ୍ଧି ପାଇବାରେ ଲାଗିଛି । ଏହା ମଧ୍ୟରେ କିଛି ଦିନ ପାଇଁ ଦର ବୃଦ୍ଧିରେ ବିରାମ ଲାଗିଥିଲା । ଯଦି ଆମେ ପେଟ୍ରୋଲର ମୂଲ୍ୟକୁ ଦେଖିବା, ତେବେ ଗତ ୨୬ ଦିନ ମଧ୍ୟରେ ଲିଟର ପିଛା ୮.୧୫ ଟଙ୍କା ମହଙ୍ଗା ହୋଇଛି । ସେହିପରି ଗତ ୨୯ ଦିନ ମଧ୍ୟରେ ଡିଜେଲ ମୂଲ୍ୟ ଲିଟର ପିଛା ୯.୪୫ ଟଙ୍କା ମହଙ୍ଗା ହୋଇଛି ।
ଏହି ରାଜ୍ୟଗୁଡ଼ିକରେ ପେଟ୍ରୋଲ ମୂଲ୍ୟ ୧୦୦ ଟଙ୍କା ଅତିକ୍ରମ କରିଛି
ଏଠାରେ କହି ରଖୁଛୁ ଯେ, ଉତ୍ତର ପ୍ରଦେଶ, ମଧ୍ୟପ୍ରଦେଶ, ରାଜସ୍ଥାନ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, କର୍ଣ୍ଣାଟକ, ଓଡିଶା, ଜମ୍ମୁ କଶ୍ମୀର ଏବଂ ଲଦାଖରେ ପେଟ୍ରୋଲର ମୂଲ୍ୟ ୧୦୦ ଟଙ୍କା ଅତିକ୍ରମ କରିଛି ।
ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୯.୩୪ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୧୫.୧୫ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୯.୭୯ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୬.୦୪ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୧୦.୩୦ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୧୩.୧୫ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୧୭.୪୭ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୧୩.୧୦ ଓ ତିଭେନ୍ଦ୍ରମରେ ୧୧୧.୩୪ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ପେଟ୍ରୋଲ ୧୦୬.୨୪ ଟଙ୍କା ଦରରେ ବିକ୍ରି ହେଉଛି । ଗୁରୁଗ୍ରାମରେ ପେଟ୍ରୋଲ ୧୦୬.୭୦ ଟଙ୍କା ଓ ନୋଏଡାରେ ପେଟ୍ରୋଲ ୧୦୬.୪୬ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ଚଣ୍ଡିଗଡ଼ରେ ପେଟ୍ରୋଲ ୧୦୫.୨୨ ଓ ହାଇଦ୍ରାବାଦରେ ୧୧୩.୬୪ ଟଙ୍କା ରହିଛି ।
ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୯୮.୦୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୧୦୬.୨୩ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୧୦୧.୧୯ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୧୦୨.୨୫ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୧୦୭.୦୦ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ବେଙ୍ଗାଲୁରୁରେ ଡିଜେଲ ୧୦୪.୦୩ ଟଙ୍କା ଓ ହାଇଦ୍ରାବାଦରେ ୧୦୬.୯୦ ଟଙ୍କା ଦରରେ ମିଳୁଛି । ଜୟପୁରରେ ଡିଜେଲ ମୂଲ୍ୟ ଲିଟର ପିଛା ୧୦୮.୩୫ ଟଙ୍କା ରହିଥିବା ବେଳେ ପାଟନାରେ ଏହା ୧୦୪.୭୧ ଟଙ୍କାରେ ମିଳୁଛି । ତିଭେନ୍ଦ୍ରମରେ ମଧ୍ୟ ଡିଜେଲ ମୂଲ୍ୟ ଲିଟର ପିଛା ୧୦୫.୦୦ ଟଙ୍କାରେ ପହଞ୍ଚିଛି ।
ଜାଣନ୍ତୁ ଆପଣଙ୍କ ସହରର ରେଟ୍
ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।
ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx
ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।
ଏହା ବି ପଢ଼ନ୍ତୁ:-ବ୍ୟାଙ୍କ ଆକାଉଣ୍ଟ ସହ ଜଡ଼ିତ ନୂଆ ଗାଇଡଲାଇନ୍ ଜାରି କଲା RBI, ଜାଣନ୍ତୁ ସଂପୂର୍ଣ୍ଣ ମାମଲା
ଏହା ବି ପଢ଼ନ୍ତୁ:-ଆପଣଙ୍କ ଶରୀରରେ ରକ୍ତହୀନତା ଦେଖାଦେଉଛି କି? ତେବେ ଖାଆନ୍ତୁ ଏହି ୬ଟି ସୁରପଫୁଡ୍