ଲଗାତର ତୃତୀୟ ଦିନରେ ପେଟ୍ରୋଲ-ଡିଜେଲ ମୂଲ୍ୟରେ ବୃଦ୍ଧି, ଜାଣନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha895903

ଲଗାତର ତୃତୀୟ ଦିନରେ ପେଟ୍ରୋଲ-ଡିଜେଲ ମୂଲ୍ୟରେ ବୃଦ୍ଧି, ଜାଣନ୍ତୁ ଆଜିର ରେଟ୍

ତୈଳ କମ୍ପାନୀଗୁଡିକ ବୁଧବାର ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇରେ  ପେଟ୍ରୋଲର ମୂଲ୍ୟ ଯଥାକ୍ରମେ ୨୫ ପଇସା, ୨୨ ପଇସା, ୨୨ ପଇସା, ୨୭ ପଇସା ବୃଦ୍ଧି କରିଛନ୍ତି । 

ଲଗାତର ତୃତୀୟ ଦିନରେ ପେଟ୍ରୋଲ-ଡିଜେଲ ମୂଲ୍ୟରେ ବୃଦ୍ଧି, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ:  Today Petrol-Diesel Rate May 6th 2021:  ଦେଶରେ ଲଗାତର ତୃତୀୟ ଦିନ ତୈଲ ଦରରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି (ଗୁରୁବାର) ପେଟ୍ରୋଲ-ଡିଜେଲ ଦରରେ ବୃଦ୍ଧି ଘଟିଛି । ଗୁରୁବାର ଦେଶର ୪ଟି ମହାନଗରରେ ପେଟ୍ରୋଲ-ଡିଜେଲ ଦର (Petrol-Diesel Rate) ରେ ବୃଦ୍ଧ ଘଟିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ତୈଳ ଦରରେ ବୃଦ୍ଧି ଦେଖାଦେଇଛି । 

ଅଧିକ ପଢ଼ନ୍ତୁ:-ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ବଡ଼ ଆଶ୍ୱସ୍ତିକର ଖବର!

ତୈଳ କମ୍ପାନୀଗୁଡିକ ବୁଧବାର ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇରେ  ପେଟ୍ରୋଲର ମୂଲ୍ୟ ଯଥାକ୍ରମେ ୨୫ ପଇସା, ୨୨ ପଇସା, ୨୨ ପଇସା, ୨୭ ପଇସା ବୃଦ୍ଧି କରିଛନ୍ତି । ସେପଟେ ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ମୂଲ୍ୟରେ ୨୬ ପଇସା ହ୍ରାସ ଘଟିଛି । ଦିଲ୍ଲୀ, ମୁମ୍ବାଇ,  କୋଲକାତା ଏବଂ  ଚେନ୍ନାଇରେ ଡିଜେଲର ମୂଲ୍ୟ ଯଥାକ୍ରମେ ୩୦ ପଇସା, ୨୦ ପଇସା, ୨୮ ପଇସା ଓ ୩୩ ପଇସା ବୃଦ୍ଧି ପାଇଛି । ସେପଟେ ଭୁବନେଶ୍ୱରରେ ଡିଜେଲ ମୂଲ୍ୟରେ ୧୭ ପଇସା ହ୍ରାସ ଘଟିଛି ।

ଅଧିକ ପଢ଼ନ୍ତୁ:-ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୬୧୭୬ କୋରୋନା ସଂକ୍ରମିତ

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୦.୯୯ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୯୭.୩୪ ଟଙ୍କା ରହିଛି । କୋଲକାତା ଲିଟର ପିଛା ୯୦.୧୪ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୯୨.୯୭ ଟଙ୍କା ରହିଛି । ଅନ୍ୟପକ୍ଷେ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୯୧.୫୦ ଟଙ୍କା ରହିଛି ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୧.୪୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୮୮.୪୯ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୮୪.୨୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୮୬.୪୨ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୮୮.୫୨ ଟଙ୍କା ଦରରେ ବିକ୍ରି ହେଉଛି ।

ଅଧିକ ପଢ଼ନ୍ତୁ:-କୋରୋନା ମହାମାରୀ ମଧ୍ୟରେ ରେଲୱେ ବାତିଲ କଲା ଆହୁରି ଆନେକ ଟ୍ରେନ୍, ଯାତ୍ରା କରିବା ପୂର୍ବରୁ ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।