ପୁଣି ବଢ଼ିଲା ପେଟ୍ରୋଲ-ଡିଜେଲ ଦର, ଜାଣନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha896707

ପୁଣି ବଢ଼ିଲା ପେଟ୍ରୋଲ-ଡିଜେଲ ଦର, ଜାଣନ୍ତୁ ଆଜିର ରେଟ୍

ତୈଳ କମ୍ପାନୀଗୁଡିକ ଶୁକ୍ରବାର ଦିଲ୍ଲୀ, ମୁମ୍ବାଇ, କୋଲକାତା, ଚେନ୍ନାଇ ଏବଂ ଭୁବନେଶ୍ୱରରେ ପେଟ୍ରୋଲର ମୂଲ୍ୟ ଯଥାକ୍ରମେ ୨୮ ପଇସା, ୨୭ ପଇସା, ୨୬ ପଇସା, ୧୮ ପଇସା ଓ ୪୬ ପଇସା ବୃଦ୍ଧି କରିଛନ୍ତି ।

ପୁଣି ବଢ଼ିଲା ପେଟ୍ରୋଲ-ଡିଜେଲ ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate May 7th 2021: ପାଞ୍ଚ ରାଜ୍ୟରେ ନିର୍ବାଚନ ଶେଷ ହେବା ପରେ ଦେଶରେ ଲଗାତର ତୈଳ ଦରରେ ବୃଦ୍ଧି ଘଟିବାରେ ଲାଗିଛି । ଲଗାତର ଚତୁର୍ଥ ଦିନ ପେଟ୍ରୋଲ-ଡିଜେଲ ଦରରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି (ଶୁକ୍ରବାର) ଦେଶରେ ପେଟ୍ରୋଲ-ଡିଜେଲ ଦରରେ ବୃଦ୍ଧି ଘଟିଛି । ଶୁକ୍ରବାର ଦେଶର ୪ଟି ମହାନଗରରେ ପେଟ୍ରୋଲ-ଡିଜେଲ ଦର (Petrol-Diesel Rate) ରେ ବୃଦ୍ଧ ଘଟିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ତୈଳ ଦରରେ ବୃଦ୍ଧି ଦେଖାଦେଇଛି । 

ଅଧିକ ପଢ଼ନ୍ତୁ:-ବର୍ତ୍ତମାନ ଯାଏ ଦେଶର ଏସବୁ ରାଜ୍ୟରେ ଲାଗି ସାରିଛି ଲକଡାଉନ୍, ଜାଣନ୍ତୁ କ'ଣ କ'ଣ ରହିଛି ପ୍ରତିବନ୍ଧକ

ତୈଳ କମ୍ପାନୀଗୁଡିକ ଶୁକ୍ରବାର ଦିଲ୍ଲୀ, ମୁମ୍ବାଇ, କୋଲକାତା, ଚେନ୍ନାଇ ଏବଂ ଭୁବନେଶ୍ୱରରେ ପେଟ୍ରୋଲ (Petrol) ର ମୂଲ୍ୟ ଯଥାକ୍ରମେ ୨୮ ପଇସା, ୨୭ ପଇସା, ୨୬ ପଇସା, ୧୮ ପଇସା ଓ ୪୬ ପଇସା ବୃଦ୍ଧି କରିଛନ୍ତି । ଦିଲ୍ଲୀ, ମୁମ୍ବାଇ,  କୋଲକାତା, ଚେନ୍ନାଇ ଓ ଭୁବନେଶ୍ୱରରେ ଡିଜେଲର ମୂଲ୍ୟ ଯଥାକ୍ରମେ ୩୧ ପଇସା, ୩୩ ପଇସା, ୩୧ ପଇସା, ୨୩ ପଇସା ଓ ୫୧ ବୃଦ୍ଧି ପାଇଛି । 

ଅଧିକ ପଢ଼ନ୍ତୁ:-କେବେ ଶେଷ ହେବ କୋରୋନା? ମହାମାରୀର ତୃତୀୟ ଲହରକୁ ନେଇ ଚେତାବନୀ ଜାରି କଲେ ମୋଦି ସରକାରଙ୍କ ମୁଖ୍ୟ ବୈଜ୍ଞାନିକ ପରାମର୍ଶଦାତା

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୧.୨୭ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୯୭.୬୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୯୧.୪୧ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୯୩.୧୫ ଟଙ୍କା ରହିଛି । ଅନ୍ୟପକ୍ଷେ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୯୧.୯୬ ଟଙ୍କା ରହିଛି ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୧.୭୩ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୮୮.୮୨ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୮୪.୫୭ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୮୬.୬୫ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୮୯.୦୩ ଟଙ୍କା ଦରରେ ବିକ୍ରି ହେଉଛି ।

ଅଧିକ ପଢ଼ନ୍ତୁ:-ପଲିସି ଧାରକଙ୍କ ପାଇଁ ଜରୁରୀ ଖବର, ମେ ୧୦ରୁ LIC ନିୟମରେ ହେବ ବଡ଼ ପରିବର୍ତ୍ତନ!

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।