Today Petrol-Diesel Rate 16 March 2022: ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।
Trending Photos
ନୂଆଦିଲ୍ଲୀ: Today Petrol-Diesel Rate 16 March 2022: ଆଜି (ବୁଧବାର) ଅର୍ଥାତ ମାର୍ଚ୍ଚ ୪ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ଆଜି ମଧ୍ୟ ତୈଳ ଦର (Fuel Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଅନ୍ୟପଟେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ମୂଲ୍ୟକୁ ନେଇ ଆଶ୍ୱସ୍ତି ଖବର ଆସିଛି । ୟୁକ୍ରେନ ଓ ଋଷ ମଧ୍ୟରେ ଯୁଦ୍ଧ ଯୋଗୁଁ ଯୋଗାଣରେ ସମସ୍ୟା ଦେଖାଦେଇଛି । ଫଳରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil Price in International Market) ର ମୂଲ୍ୟ ରେକର୍ଡ ସ୍ତରରେ ପହଞ୍ଚିଥିଲା । କିନ୍ତୁ ଭଲ ଖବର ଏହା ଯେ, ଗତକାଲି ତୁଳନାରେ ଆଜି ଅଶୋଧିତ ତୈଳ ଦରରେ ହ୍ରାସ ଘଟିଛି । ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ୧୦୦ ଡଲାର ତଳକୁ ଖସିଛି । ଏହା ପୂର୍ବରୁ ଅଶୋଧିତ ତୈଳ ଦର ମାର୍ଚ୍ଚ ୭ରେ ୧୪ ବର୍ଷର ରେକର୍ଡ ସ୍ତର ୧୩୯ ଡଲାରକୁ ପହଞ୍ଚିଥିଲା ।
ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ ଶୁକ୍ରବାର ଦିଲ୍ଲୀରେ ପେଟ୍ରୋଲ ୯୫.୪୧ ଟଙ୍କା ଓ ଡିଜେଲ ଲିଟର ପିଛା ୮୬.୬୭ ଟଙ୍କା ରହିଛି । ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି ।
ସୂଚନାଯୋଗ୍ୟ, ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରେ ଟିକସ ଆଦାୟ କରୁଛନ୍ତି । ଏହା ବ୍ୟତୀତ ମାଲ ପରିବହନ, ଡିଲର ଚାର୍ଜ ଏବଂ ଡିଲର କମିଶନ ମଧ୍ୟ ଏହାର ମୂଲ୍ୟରେ ଅନ୍ତର୍ଭୁକ୍ତ ଥାଏ । ପେଟ୍ରୋଲ ଓ ଡିଜେଲର ମୂଳ ମୂଲ୍ୟରେ ଏସବୁ ଯୋଡିବା ପରେ ଖୁଚୁରା ମୂଲ୍ୟ ସାମ୍ନାକୁ ଆସେ । ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ର ସରକାର ଉତ୍ପାଦନ ଶୁଳ୍କ ବା ଏକ୍ସାଇଜ୍ ଡ୍ୟୁଟି ଆଦାୟ କରନ୍ତି ଯାହା ସମଗ୍ର ଦେଶରେ ସମାନ ଅଟେ । ରାଜ୍ୟ ସରକାର ଭ୍ୟାଟ୍ ଆଦାୟ କରନ୍ତି । ରାଜ୍ୟଗୁଡ଼ିକରେ ଅଲଗା ଅଲଗା ଭ୍ୟାଟ୍ କାରଣରୁ ବିଭିନ୍ନ ରାଜ୍ୟ ଓ ସହରରେ ପେଟ୍ରୋଲ ଓ ଡିଜେଲର ଭିନ୍ନ ଦର ରହିଥାଏ ।
ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୫.୪୧ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୯.୯୮ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୪.୬୭ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୧.୪୦ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୮୧ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୦.୫୮ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୬.୮୯ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୫.୯୦ ଓ ତିଭେନ୍ଦ୍ରମରେ ୧୦୬.୩୬ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ପେଟ୍ରୋଲ ୯୫.୨୮ ଟଙ୍କା ଦରରେ ବିକ୍ରି ହେଉଛି । ଗୁରୁଗ୍ରାମରେ ପେଟ୍ରୋଲ ୯୫.୬୮ ଟଙ୍କା ଓ ନୋଏଡାରେ ପେଟ୍ରୋଲ ୯୫.୬୪ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ଚଣ୍ଡିଗଡ଼ରେ ପେଟ୍ରୋଲ ୯୪.୨୩ ଓ ହାଇଦ୍ରାବାଦରେ ୧୦୮.୨୦ ଟଙ୍କା ରହିଛି ।
ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୬.୬୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୧୪ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୮୯.୭୯ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୧.୪୩ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୧.୬୨ ଟଙ୍କା ଦରରେ ବିକ୍ରି ହେଉଛି ।
ଏହା ବି ପଢ଼ନ୍ତୁ:-LIC ପଲିସି ବଦଳରେ ସହଜରେ ନେଇପାରିବେ ଶସ୍ତା ଋଣ, ଏହା ହେଉଛି ଉପାୟ
ଏହା ବି ପଢ଼ନ୍ତୁ:-ଖୁସି ଖବର: ହୋଲି ପୂର୍ବରୁ କର୍ମଚାରୀମାନଙ୍କୁ ମିଳିଲା ବଡ଼ ଉପହାର! ବଢ଼ିଲା ମହଙ୍ଗା ଭତ୍ତା
ଏହା ବି ପଢ଼ନ୍ତୁ:-ଯଦି ଆପଣ ଆଧାର କାର୍ଡରେ ଲାଗିଥିବା ଫଟୋରୁ ଖୁସି ନୁହଁନ୍ତି, ତେବେ ଆଜି ହିଁ କରନ୍ତୁ ପରିବର୍ତ୍ତନ; ଜାଣନ୍ତୁ ପ୍ରକ୍ରିୟା...
ଜାଣନ୍ତୁ ଆପଣଙ୍କ ସହରର ରେଟ୍
ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।
ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx
ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।