ପୁଣି ବଢ଼ିଲା ପେଟ୍ରୋଲ-ଡିଜେଲର ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍
Advertisement

ପୁଣି ବଢ଼ିଲା ପେଟ୍ରୋଲ-ଡିଜେଲର ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ଏଠାରେ କହି ରଖୁଛୁ ଯେ, ମଧ୍ୟପ୍ରଦେଶ, ରାଜସ୍ଥାନ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, କର୍ଣ୍ଣାଟକ, ଓଡିଶା, ଜମ୍ମୁ କଶ୍ମୀର ଏବଂ ଲଦାଖରେ ପେଟ୍ରୋଲର ମୂଲ୍ୟ ୧୦୦ ଟଙ୍କା ଅତିକ୍ରମ କରିଛି । ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ ସର୍ବାଧିକ ରହିଛି ।

ପୁଣି ବଢ଼ିଲା ପେଟ୍ରୋଲ-ଡିଜେଲର ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 1 October 2021: ଆଜି ଅର୍ଥାତ ଅକ୍ଟୋବର ୧ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ଶୁକ୍ରବାର ତୈଳ ଦର (Fuel Price) ରେ ବୃଦ୍ଧି ଘଟିଛି । ଆଜି ଦେଶର ପ୍ରାୟ ସମସ୍ତ ସହରରେ ପେଟ୍ରୋଲ ଦର ପ୍ରାୟ ୨୯ରୁ ୩୫ ପଇସା ପ୍ରତି ଲିଟର ଓ ଡିଜେଲ ଦର ୨୨ରୁ ୩୦ ପଇସା ପ୍ରତି ଲିଟର ବୃଦ୍ଧି ଘଟିଛି । ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ ଶୁକ୍ରବାର ଦିଲ୍ଲୀରେ ପେଟ୍ରୋଲ ୧୦୧.୮୯ ଟଙ୍କା ଓ ଡିଜେଲ ଲିଟର ପିଛା ୯୦.୧୭ ଟଙ୍କା ରହିଛି । ସେପଟ ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି ।

ତୈଳ ମାର୍କେଟିଂ କମ୍ପାନୀଗୁଡିକ (Oil marketing companies) ଗତ ୧୫ ଦିନରେ ଅନ୍ତର୍ଜାତୀୟ ବଜାରରେ ବେଞ୍ଚମାର୍କ ଇନ୍ଧନର ହାରାହାରି ମୂଲ୍ୟ ଓ ବୈଦେଶିକ ମୁଦ୍ରା ମୂଲ୍ୟ ଉପରେ ଆଧାର କରି ପ୍ରତିଦିନ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ସଂଶୋଧନ କରନ୍ତି ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୮୯ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୯୫ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୨.୪୭ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୯୯.୫୮ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୨.୫୬ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୫.୧୮ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୮.୫୦ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୪.୪୫ ଓ ତିଭେନ୍ଦ୍ରମରେ ୧୦୩.୮୮ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୯୦.୧୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୭.୮୪ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୩.୨୭ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୭୪ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୮.୦୫ ଟଙ୍କା ଦରରେ ବିକ୍ରି ହେଉଛି ।

ଏହି ରାଜ୍ୟଗୁଡ଼ିକରେ ପେଟ୍ରୋଲ ମୂଲ୍ୟ ୧୦୦ ଟଙ୍କା ଅତିକ୍ରମ କରିଛି 

ଏଠାରେ କହି ରଖୁଛୁ ଯେ, ମଧ୍ୟପ୍ରଦେଶ, ରାଜସ୍ଥାନ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, କର୍ଣ୍ଣାଟକ, ଓଡିଶା, ଜମ୍ମୁ କଶ୍ମୀର ଏବଂ ଲଦାଖରେ ପେଟ୍ରୋଲର ମୂଲ୍ୟ ୧୦୦ ଟଙ୍କା ଅତିକ୍ରମ କରିଛି । ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ ସର୍ବାଧିକ ରହିଛି ।

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।

ଅଧିକ ପଢ଼ନ୍ତୁ:-ବର୍ତ୍ତମାନ ଚାହିଁ କି ମଧ୍ୟ ତାଲିବାନକୁ ସାହାଯ୍ୟ କରିପାରୁନି ପାକିସ୍ତାନ, ଏହା ହେଉଛି କାରଣ

ଅଧିକ ପଢ଼ନ୍ତୁ:-ଭବାନୀପୁରରେ ମମତାଙ୍କ ଭାଗ୍ୟ ପରୀକ୍ଷା!

ଅଧିକ ପଢ଼ନ୍ତୁ:-କ୍ୟାପଟେନଙ୍କ ବଡ଼ ବୟାନ, କହିଲେ- ମୁଁ ଆଉ କଂଗ୍ରେସରେ ରହିବି ନାହିଁ

ଅଧିକ ପଢ଼ନ୍ତୁ:-ପେନସନ ନିୟମ ବଦଳାଇଲେ ମୋଦି ସରକାର! ବର୍ତ୍ତମାନ ଏତିକି ମିଳିବ ମାସିକ ପେନସନ; ଜାଣନ୍ତୁ ନୂଆ ନିୟମ