ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।
Trending Photos
ନୂଆଦିଲ୍ଲୀ: Today Petrol-Diesel Rate 14 August 2021: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ଲଗାତର ହ୍ରାସ ରେକର୍ଡ କରାଯାଉଛି । ଅନ୍ୟପଟେ ଏହାର ପ୍ରଭାବ ଘରୋଇ ବଜାରରେ ଦେଖିବାକୁ ମିଳୁନାହିଁ । ଆଜି ଅର୍ଥାତ ଶନିବାର ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ଆଜି ମଧ୍ୟ ଇନ୍ଧନ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଏହା ପରେ ଲଗାତର ୨୮ ଦିନ ହେବ ଦେଶରେ ପେଟ୍ରୋଲ ମୂଲ୍ୟ କୌଣସି ପରିବର୍ତ୍ତନ ଘଟିନାହିଁ । ସେହିପରି ଡିଜେଲ ମୂଲ୍ୟ ମଧ୍ୟ ବିଗତ ୨୯ ଦିନ ସ୍ଥିର ରହିଛି । ଇଣ୍ଡିଆନ ଅଏଲ କୋପୋର୍ରେଶନ (IOC) ଅନୁଯାୟୀ ଶନିବାର ଦିଲ୍ଲୀରେ ପେଟ୍ରୋଲ ୧୦୧.୮୪ ଟଙ୍କା ଓ ଡିଜେଲ ଲିଟର ପିଛା ୮୯.୮୭ ଟଙ୍କା ରହିଛି । ଦେଶର ଅନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି ।
ଆପଣଙ୍କୁ କହି ରଖୁଛୁ ଯେ, ଶେଷ ଥର ପାଇଁ ଜୁଲାଇ ୧୭ରେ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୩୦ ପଇସା ମହଙ୍ଗା ହୋଇଥିଲା । ସେପଟେ ଦେଶର ବଡ଼ ବଡ଼ ସହର ସମେତ ବିଭିନ୍ନ ସ୍ଥାନରେ ପେଟ୍ରୋଲ ଦର ଲିଟର ପିଛା ୧୦୦ ଟଙ୍କା ଉପରେ ସ୍ଥିର ରହିଛି । ଡିଜେଲ ଦର ମଧ୍ୟ ୧୦୦ ପାଖାପାଖି ପହଞ୍ଚିସାରିଛି ।
୧୯ଟି ରାଜ୍ୟରେ ୧୦୦ ପାର କରିଛି ପେଟ୍ରୋଲ
ଦେଶର ଅତି କମରେ ୧୯ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୦ ଟଙ୍କା ଅତିକ୍ରମ କରିଛି । ଯେଉଁଥିରେ ମହାରାଷ୍ଟ୍ର, ଦିଲ୍ଲୀ, ପଶ୍ଚିମବଙ୍ଗ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ରାଜସ୍ଥାନ, ମଧ୍ୟପ୍ରଦେଶ, କର୍ଣ୍ଣାଟକ, ଉତ୍ତରପ୍ରଦେଶ, ହରିୟାଣା, ଜମ୍ମୁ କଶ୍ମୀର, ଓଡିଶା, ଲଦାଖ, ବିହାର, କେରଳ, ପଞ୍ଜାବ, ସିକ୍କିମ ଏବଂ ନାଗାଲାଣ୍ଡ ଅନ୍ତର୍ଭୁକ୍ତ ରହିଛି ।
ସୂଚନାଯୋଗ୍ୟ, ଚଳିତ ବର୍ଷ ଏପ୍ରିଲ ପରେ ବର୍ତ୍ତମାନ ପର୍ଯ୍ୟନ୍ତ ପେଟ୍ରୋଲ ମୂଲ୍ୟ ୩୯ ଥର ବୃଦ୍ଧି ପାଇଛି । ଏଥି ସହିତ ଡିଜେଲର ଦର ୩୬ ଥର ବୃଦ୍ଧି ପାଇଛି । ଯେଉଁ କାରଣରୁ ପେଟ୍ରୋଲ ଓ ଡିଜେଲର ଦର ଦେଶର ସମସ୍ତ ରାଜ୍ୟରେ ରେକର୍ଡ ସ୍ତରରେ ପହଞ୍ଚିଛି । ବିରୋଧୀଙ୍କ ପ୍ରଶ୍ନର ଉତ୍ତରରେ ସରକାର ଲୋକସଭାରେ ଏହି ସୂଚନା ଦେଇଛନ୍ତି । ଏହି ସମୟ ମଧ୍ୟରେ ପେଟ୍ରୋଲ ଦର ଥରେ ଓ ଦୁଇଥର ଡିଜେଲ ମୂଲ୍ୟ ହ୍ରାସ କରାଯାଇଥିଲା ।
ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୮୪ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୮୩ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୨.୦୮ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୪୯ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୨.୪୯ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୫.୩୨ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୮.୭୯ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୪.୨୫ ଓ ତିଭେନ୍ଦ୍ରମରେ ୧୦୩.୫୮ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।
ଅଧିକ ପଢ଼ନ୍ତୁ:-କେବଳ ୨ ଚାମଚ ମେଥିର ସେବନ ପୁରୁଷଙ୍କ ଯୌନ ସ୍ୱାସ୍ଥ୍ୟ ପାଇଁ ହୋଇଥାଏ ବହୁତ ଲାଭଦାୟକ, ଜାଣନ୍ତୁ କିପରି...
ଅଧିକ ପଢ଼ନ୍ତୁ:-ଦେଶରେ ପୁଣି ଦିନକରେ ଚିହ୍ନଟ ହେଲା ୪୦ ହଜାରରୁ ଉର୍ଦ୍ଧ୍ୱ ମାମଲା, ଆଖି ବୁଜିଲେ ଏତିକି ସଂକ୍ରମିତ
ଅଧିକ ପଢ଼ନ୍ତୁ:-ରେଳ ଯାତ୍ରୀଙ୍କ ପାଇଁ ଗୁଡ୍ ନ୍ୟୁଜ୍! ଟ୍ରାକରେ ପୁଣି ଦୌଡ଼ିବ ଅଣ ସଂରକ୍ଷିତ ଟ୍ରେନ, ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା
ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୮୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୭.୪୫ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୩.୦୨ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୩୯ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୭.୭୮ ଟଙ୍କା ଦରରେ ବିକ୍ରି ହେଉଛି ।
ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।