ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ନୂଆ ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍
Advertisement

ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ନୂଆ ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।

ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ନୂଆ ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 15 August 2021:  ଆଜି ଅର୍ଥାତ ଅଗଷ୍ଟ ୧୫ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ  (Petrol Diesel Price) ର ନୂଆ ଦର  ଜାରି କରିଦେଇଛନ୍ତି । ଆଜି ମଧ୍ୟ ତୈଳ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଏହା ପରେ ଲଗାତର ୨୯ ଦିନ ହେବ ଦେଶରେ ପେଟ୍ରୋଲ ମୂଲ୍ୟ କୌଣସି ପରିବର୍ତ୍ତନ ଘଟିନାହିଁ । ସେହିପରି ଡିଜେଲ ମୂଲ୍ୟ ମଧ୍ୟ ବିଗତ ୩୦ ଦିନ ସ୍ଥିର ରହିଛି । ଇଣ୍ଡିଆନ ଅଏଲ କୋପୋର୍ରେଶନ (IOC) ଅନୁଯାୟୀ ରବିବାର ଦିଲ୍ଲୀରେ ପେଟ୍ରୋଲ ୧୦୧.୮୪ ଟଙ୍କା ଓ ଡିଜେଲ ଲିଟର ପିଛା ୮୯.୮୭ ଟଙ୍କା ରହିଛି । ଦେଶର ଅନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି ।

ଆପଣଙ୍କୁ କହି ରଖୁଛୁ ଯେ, ଶେଷ ଥର ପାଇଁ ଜୁଲାଇ ୧୭ରେ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୩୦ ପଇସା ମହଙ୍ଗା ହୋଇଥିଲା । ସେପଟେ ଦେଶର ବଡ଼ ବଡ଼ ସହର ସମେତ ବିଭିନ୍ନ ସ୍ଥାନରେ ପେଟ୍ରୋଲ ଦର ଲିଟର ପିଛା ୧୦୦ ଟଙ୍କା ଉପରେ ସ୍ଥିର ରହିଛି । ଡିଜେଲ ଦର ମଧ୍ୟ ୧୦୦ ପାଖାପାଖି ପହଞ୍ଚିସାରିଛି । 

୧୯ଟି ରାଜ୍ୟରେ ୧୦୦ ପାର କରିଛି ପେଟ୍ରୋଲ

ଦେଶର ଅତି କମରେ ୧୯ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୦ ଟଙ୍କା ଅତିକ୍ରମ କରିଛି । ଯେଉଁଥିରେ ମହାରାଷ୍ଟ୍ର, ଦିଲ୍ଲୀ, ପଶ୍ଚିମବଙ୍ଗ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ରାଜସ୍ଥାନ, ମଧ୍ୟପ୍ରଦେଶ, କର୍ଣ୍ଣାଟକ, ଉତ୍ତରପ୍ରଦେଶ, ହରିୟାଣା, ଜମ୍ମୁ କଶ୍ମୀର, ଓଡିଶା, ଲଦାଖ, ବିହାର, କେରଳ, ପଞ୍ଜାବ, ସିକ୍କିମ ଏବଂ ନାଗାଲାଣ୍ଡ ଅନ୍ତର୍ଭୁକ୍ତ ରହିଛି ।

ସୂଚନାଯୋଗ୍ୟ, ଚଳିତ ବର୍ଷ ଏପ୍ରିଲ ପରେ ବର୍ତ୍ତମାନ ପର୍ଯ୍ୟନ୍ତ ପେଟ୍ରୋଲ ମୂଲ୍ୟ ୩୯ ଥର ବୃଦ୍ଧି ପାଇଛି । ଏଥି ସହିତ ଡିଜେଲର ଦର ୩୬ ଥର ବୃଦ୍ଧି ପାଇଛି । ଯେଉଁ କାରଣରୁ ପେଟ୍ରୋଲ ଓ ଡିଜେଲର ଦର ଦେଶର ସମସ୍ତ ରାଜ୍ୟରେ ରେକର୍ଡ ସ୍ତରରେ ପହଞ୍ଚିଛି । ବିରୋଧୀଙ୍କ ପ୍ରଶ୍ନର ଉତ୍ତରରେ ସରକାର ଲୋକସଭାରେ ଏହି ସୂଚନା ଦେଇଛନ୍ତି । ଏହି ସମୟ ମଧ୍ୟରେ ପେଟ୍ରୋଲ ଦର ଥରେ ଓ ଦୁଇଥର ଡିଜେଲ ମୂଲ୍ୟ ହ୍ରାସ କରାଯାଇଥିଲା ।

ଅଧିକ ପଢ଼ନ୍ତୁ:-ଦେଶରେ ଦିନକରେ ଚିହ୍ନଟ ହେଲା ପ୍ରାୟ ୪୦ ହଜାର ମାମଲା, ଆଖି ବୁଜିଲେ ଏତିକି ସଂକ୍ରମିତ

ଅଧିକ ପଢ଼ନ୍ତୁ:-ଭାରତ ବ୍ୟତୀତ ଏହି ୫ଟି ଦେଶ ମଧ୍ୟ ଅଗଷ୍ଟ ୧୫ରେ ପାଳନ କରନ୍ତି ସ୍ୱାଧୀନତା ଦିବସ

ଅଧିକ ପଢ଼ନ୍ତୁ:-କାହିଁକି ଅଗଷ୍ଟ ୧୪ରେ ସ୍ୱାଧୀନତା ଦିବସ ପାଳନ କରେ ପାକିସ୍ତାନ? ଜାଣନ୍ତୁ ଏହା ପଛର କାରଣ...

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୮୪ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୮୩ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୨.୦୮ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୪୯ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୨.୪୯ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୫.୩୨ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୮.୭୯ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୪.୨୫ ଓ ତିଭେନ୍ଦ୍ରମରେ ୧୦୩.୫୮ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୮୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୭.୪୫ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୩.୦୨ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୩୯ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୭.୭୮ ଟଙ୍କା ଦରରେ ବିକ୍ରି ହେଉଛି ।

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।