ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍
Advertisement
Article Detail0/zeeodisha/odisha988605

ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।

ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 18 September 2021: ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ମୂଲ୍ୟରେ ହ୍ରାସ ବୃଦ୍ଧି ଆମର ପକେଟ ଉପରେ ସିଧାସଳଖ ପ୍ରଭାବ ପକାଇଥାଏ । ସେଥିପାଇଁ ଆମର ନଜର ପ୍ରତିଦିନ ଏହାର ମୂଲ୍ୟ ଉପରେ ଥାଏ । ଆଜି ଅର୍ଥାତ ସେପ୍ଟେମ୍ୱର ୧୮ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ଶନିବାର ଇନ୍ଧନ ମୂଲ୍ୟ (Fuel Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଲଗାତର ୧୩ ଦିନ ହେବ ପେଟ୍ରୋଲ-ଡିଜେଲ ଦର (Petrol-Diesel Rate) ସ୍ଥିର ରହିଛି । ଶେଷ ଥର ପାଇଁ ସେପ୍ଟେମ୍ୱର ୫ରେ ତୈଳ ଦରରେ ପରିବର୍ତ୍ତନ ଘଟିଥିଲା ।  ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ ଶନିବାର ଦିଲ୍ଲୀରେ ପେଟ୍ରୋଲ ୧୦୧.୧୯ ଟଙ୍କା ଓ ଡିଜେଲ ଲିଟର ପିଛା ୮୮.୬୨ ଟଙ୍କା ରହିଛି । ସେପଟ ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୧୯ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୨୬ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୧.୬୨ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୯୮.୯୬ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୮୭ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୪.୭୦ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୮.୩୭ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୩.୯୪ ଓ ତିଭେନ୍ଦ୍ରମରେ ୧୦୩.୪୨ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୮.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୬.୧୯ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୧.୭୧ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୩.୩୫ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୬.୪୫ ଟଙ୍କା ଦରରେ ବିକ୍ରି ହେଉଛି ।

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।

ଅଧିକ ପଢ଼ନ୍ତୁ:-ଆୟୁର୍ବେଦ ଅନୁଯାୟୀ, ଖାଦ୍ୟ ଖାଇବା ପରେ ତୁରନ୍ତ କରନ୍ତୁ ନାହିଁ ଏହି ୬ଟି କାମ