ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍
Advertisement

ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।

ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 2 September 2021: ଆଜି ଅର୍ଥାତ ସେପ୍ଟେମ୍ୱର ୨ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର  ଜାରି କରିଦେଇଛନ୍ତି । ଗୁରୁବାର ଇନ୍ଧନ ମୂଲ୍ୟ (Fuel Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ସେପଟେ ଗତକାଲି ଅର୍ଥାତ ସେପ୍ଟେମ୍ୱର ୧ରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ହ୍ରାସ ଘଟିଥିଲା । ଇଣ୍ଡିଆନ ଅଏଲ କୋପୋର୍ରେଶନ (IOC) ଅନୁଯାୟୀ ଗୁରୁବାର ଦିଲ୍ଲୀରେ ପେଟ୍ରୋଲ ୧୦୧.୩୪ ଟଙ୍କା ଓ ଡିଜେଲ ଲିଟର ପିଛା ୮୮.୭୭ ଟଙ୍କା ରହିଛି । ଦେଶର ଅନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି ।

୧୯ଟି ରାଜ୍ୟରେ ୧୦୦ ପାର କରିଛି ପେଟ୍ରୋଲ

ଦେଶର ଅତି କମରେ ୧୯ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୦ ଟଙ୍କା ଅତିକ୍ରମ କରିଛି । ଯେଉଁଥିରେ ମହାରାଷ୍ଟ୍ର, ଦିଲ୍ଲୀ, ପଶ୍ଚିମବଙ୍ଗ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ରାଜସ୍ଥାନ, ମଧ୍ୟପ୍ରଦେଶ, କର୍ଣ୍ଣାଟକ, ଉତ୍ତରପ୍ରଦେଶ, ହରିୟାଣା, ଜମ୍ମୁ କଶ୍ମୀର, ଓଡିଶା, ଲଦାଖ, ବିହାର, କେରଳ, ପଞ୍ଜାବ, ସିକ୍କିମ ଏବଂ ନାଗାଲାଣ୍ଡ ଅନ୍ତର୍ଭୁକ୍ତ ରହିଛି ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୩୪ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୩୯ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୧.୭୨ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୯୯.୦୮ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୨.୨୩ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୪.୮୪ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୮.୬୩ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୩.୧୩ ଓ ତିଭେନ୍ଦ୍ରମରେ ୧୦୩.୬୪ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୮.୭୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୬.୩୩ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୧.୮୪ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୩.୩୮ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୬.୮୧ ଟଙ୍କା ଦରରେ ବିକ୍ରି ହେଉଛି ।

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।

ଅଧିକ ପଢ଼ନ୍ତୁ:-ପଞ୍ଜଶୀର ଉପରେ ଆକ୍ରମଣ କରିବାକୁ ଆସିଥିବା ୩୫୦ ତାଲିବାନୀ ଆତଙ୍କୀ ନିହତ, ୪୦ରୁ ଉର୍ଦ୍ଧ୍ୱ ଅଟକ

ଅଧିକ ପଢ଼ନ୍ତୁ:-ଏହି କାରଣରୁ ଆଫଗାନିସ୍ତାନରୁ ସୈନ୍ୟ ଫେରାଇ ନେଲେ ବାଇଡେନ!

ଅଧିକ ପଢ଼ନ୍ତୁ:-ଗୁଡ୍ ନ୍ୟୁଜ! ବଢ଼ିପାରେ ଅବସର ବୟସ ଓ ପେନସନ ରାଶି, ଜାଣନ୍ତୁ ମୋଦି ସରକାରଙ୍କ ଏହି ନୂଆ ଯୋଜନା ବିଷୟରେ...

ଅଧିକ ପଢ଼ନ୍ତୁ:-ପୁଣି ଚିନ୍ତା ବଢ଼ାଇଲା କୋରୋନା: ଦେଶରେ ୪୦ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ଆଖି ବୁଜିଲେ ଏତିକି ସଂକ୍ରମିତ