ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍
Advertisement

ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।

ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 20 September 2021: ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ମୂଲ୍ୟରେ ହ୍ରାସ ବୃଦ୍ଧି ଆମର ପକେଟ ଉପରେ ସିଧାସଳଖ ପ୍ରଭାବ ପକାଇଥାଏ । ସେଥିପାଇଁ ଆମର ନଜର ପ୍ରତିଦିନ ଏହାର ମୂଲ୍ୟ ଉପରେ ଥାଏ ।  ଆଜି ଅର୍ଥାତ ସେପ୍ଟେମ୍ୱର ୨୦ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ସପ୍ତାହର ପ୍ରଥମ ଦିନ ଇନ୍ଧନ ମୂଲ୍ୟ (Fuel Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଲଗାତର ୧୫ ଦିନ ହେବ ପେଟ୍ରୋଲ-ଡିଜେଲ ଦର (Petrol-Diesel Rate) ସ୍ଥିର ରହିଛି । ଶେଷ ଥର ପାଇଁ ସେପ୍ଟେମ୍ୱର ୫ରେ ତୈଳ ଦରରେ ପରିବର୍ତ୍ତନ ଘଟିଥିଲା ।  ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ ସୋମବାର ଦିଲ୍ଲୀରେ ପେଟ୍ରୋଲ ୧୦୧.୧୯ ଟଙ୍କା ଓ ଡିଜେଲ ଲିଟର ପିଛା ୮୮.୬୨ ଟଙ୍କା ରହିଛି । ସେପଟ ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି ।

ତୈଳ ମାର୍କେଟିଂ କମ୍ପାନୀଗୁଡିକ (Oil marketing companies) ଗତ ୧୫ ଦିନରେ ଅନ୍ତର୍ଜାତୀୟ ବଜାରରେ ବେଞ୍ଚମାର୍କ ଇନ୍ଧନର ହାରାହାରି ମୂଲ୍ୟ ଓ ବୈଦେଶିକ ମୁଦ୍ରା ମୂଲ୍ୟ ଉପରେ ଆଧାର କରି ପ୍ରତିଦିନ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ସଂଶୋଧନ କରନ୍ତି ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୧.୧୯ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୭.୨୬ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୧.୬୨ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୯୮.୯୬ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୨.୦୪ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୪.୭୦ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୦୮.୨୮ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୩.୭୯ ଓ ତିଭେନ୍ଦ୍ରମରେ ୧୦୩.୨୨ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୮.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୬.୧୯ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୧.୭୧ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୩.୩୫ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୬.୬୧ ଟଙ୍କା ଦରରେ ବିକ୍ରି ହେଉଛି ।

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।

ଅଧିକ ପଢ଼ନ୍ତୁ:-ଆପଣଙ୍କର ମୋବାଇଲ୍ ସିମ୍ କାର୍ଡ ସହ ଜଡିତ ନିୟମରେ ସରକାର କଲା ବଡ଼ ପରିବର୍ତ୍ତନ, ଜାଣନ୍ତୁ ସଂପୂର୍ଣ୍ଣ ବିଷୟ

ଅଧିକ ପଢ଼ନ୍ତୁ:-ପଞ୍ଜାବ ପରେ ଏବେ ଏହି କଂଗ୍ରେସ ଶାସିତ ରାଜ୍ୟରେ ହୋଇପାରେ ନେତୃତ୍ୱ ପରିବର୍ତ୍ତନ!

ଅଧିକ ପଢ଼ନ୍ତୁ:-ଜାଣନ୍ତୁ କାହିଁକି ସିଏମ ପଦରୁ ହଟିଲେ କ୍ୟାପଟେନ?

ଅଧିକ ପଢ଼ନ୍ତୁ:-ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ୩୦୯ ସଂକ୍ରମିତଙ୍କ ମୃତ୍ୟୁ