ପ୍ରତିଦିନ ନୂଆ ରେକର୍ଡ ସୃଷ୍ଟି କରୁଛି ପେଟ୍ରୋଲ-ଡିଜେଲର ଦାମ୍, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha1011576

ପ୍ରତିଦିନ ନୂଆ ରେକର୍ଡ ସୃଷ୍ଟି କରୁଛି ପେଟ୍ରୋଲ-ଡିଜେଲର ଦାମ୍, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍

ଏଠାରେ କହି ରଖୁଛୁ ଯେ, ଉତ୍ତର ପ୍ରଦେଶ, ମଧ୍ୟପ୍ରଦେଶ, ରାଜସ୍ଥାନ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, କର୍ଣ୍ଣାଟକ, ଓଡିଶା, ଜମ୍ମୁ କଶ୍ମୀର ଏବଂ ଲଦାଖରେ ପେଟ୍ରୋଲର ମୂଲ୍ୟ ୧୦୦ ଟଙ୍କା ଅତିକ୍ରମ କରିଛି । 

ପ୍ରତିଦିନ ନୂଆ ରେକର୍ଡ ସୃଷ୍ଟି କରୁଛି ପେଟ୍ରୋଲ-ଡିଜେଲର ଦାମ୍, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 21 October 2021: ଲଗାତର ତୃତୀୟ ଦିନ ପେଟ୍ରୋଲ ଓ ଡିଜେଲର ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି (ଗୁରୁବାର) ଅର୍ଥାତ ଅକ୍ଟୋବର ୨୧ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ଗୁରୁବାର ପେଟ୍ରୋଲ ଲିଟର ପିଛା ୩୩-୩୭ ପଇସା ମହଙ୍ଗା ହୋଇଥିବା ବେଳେ ଡିଜେଲରେ ୩୦-୩୫ ପଇସା ଯାଏ ବୃଦ୍ଧି ଘଟିଛି । ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ ବୁଧବାର ଦିଲ୍ଲୀରେ ପେଟ୍ରୋଲ ୧୦୬.୫୪ ଟଙ୍କା ଓ ଡିଜେଲ ଲିଟର ପିଛା ୯୫.୨୭ ଟଙ୍କା ରହିଛି । ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ବୃଦ୍ଧି ଘଟିଛି ।

ଏହି ରାଜ୍ୟଗୁଡ଼ିକରେ ପେଟ୍ରୋଲ ମୂଲ୍ୟ ୧୦୦ ଟଙ୍କା ଅତିକ୍ରମ କରିଛି 

ଏଠାରେ କହି ରଖୁଛୁ ଯେ, ଉତ୍ତର ପ୍ରଦେଶ, ମଧ୍ୟପ୍ରଦେଶ, ରାଜସ୍ଥାନ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, କର୍ଣ୍ଣାଟକ, ଓଡିଶା, ଜମ୍ମୁ କଶ୍ମୀର ଏବଂ ଲଦାଖରେ ପେଟ୍ରୋଲର ମୂଲ୍ୟ ୧୦୦ ଟଙ୍କା ଅତିକ୍ରମ କରିଛି । 

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୬.୫୪ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୧୨.୪୪ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୭.୧୧ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୩.୬୧ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୭.୧୦ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୧୦.୨୫ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୧୩.୭୪ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୧୦.୦୪ ଓ ତିଭେନ୍ଦ୍ରମରେ ୧୦୮.୪୪ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ପେଟ୍ରୋଲ ୧୦୩.୫୨ ଟଙ୍କା ଦରରେ ବିକ୍ରି ହେଉଛି । ଗୁରୁଗ୍ରାମରେ ପେଟ୍ରୋଲ ୧୦୪.୧୫ ଟଙ୍କା ଓ ନୋଏଡାରେ ପେଟ୍ରୋଲ ୧୦୩.୭୪ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ଚଣ୍ଡିଗଡ଼ରେ ପେଟ୍ରୋଲ ୧୦୨.୫୪ ଓ ହାଇଦ୍ରାବାଦରେ ୧୧୦.୮୨ ଟଙ୍କା ରହିଛି ।

ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୯୫.୨୪ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୧୦୩.୨୬ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୯୮.୩୮ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୯.୫୯ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୧୦୩.୫୦ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ବେଙ୍ଗାଲୁରୁରେ ଡିଜେଲ ୧୦୧.୧୨ ଟଙ୍କା ଓ ହାଇଦ୍ରାବାଦରେ ୧୦୩.୯୪ ଟଙ୍କା ଦରରେ ମିଳୁଛି । ଜୟପୁରରେ ଡିଜେଲ ମୂଲ୍ୟ ଲିଟର ପିଛା ୧୦୪.୯୬ ଟଙ୍କା ରହିଥିବା ବେଳେ ପାଟନାରେ ଏହା ୧୦୧.୮୬ ଟଙ୍କାରେ ମିଳୁଛି । ତିଭେନ୍ଦ୍ରମରେ ମଧ୍ୟ ଡିଜେଲ ମୂଲ୍ୟ ଲିଟର ପିଛା ୧୦୨.୦୩ ଟଙ୍କାରେ ପହଞ୍ଚିଛି ।

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଜେଲ କମିଶନ ଅନ୍ତର୍ଭୁକ୍ତ ଥାଏ ।

ଏହା ବି ପଢ଼ନ୍ତୁ:-କୃଷକଙ୍କ ପାଇଁ ଗୁଡ୍ ନ୍ୟୁଜ୍! ଏହି ଦିନ ଆସିବ ପିଏମ କିସାନ ଯୋଜନାର ଦଶମ କିସ୍ତି

ଏହା ବି ପଢ଼ନ୍ତୁ:-ତାଲିବାନକୁ ନେଇ ଋଷରେ ଭାରତ, ପାକିସ୍ତାନ ସମେତ ଏହି ୧୦ଟି ଦେଶ ହେବେ ଏକାଠି, ନେଇପାରନ୍ତି ବହୁତ ବଡ଼ ନିଷ୍ପତ୍ତି

ଏହା ବି ପଢ଼ନ୍ତୁ:-ମମିତା ମେହେର ହତ୍ୟା ମାମଲାରେ CBI ତଦନ୍ତ ଦାବି କଲା BJP

ଏହା ବି ପଢ଼ନ୍ତୁ:-ଟି-20 ବିଶ୍ୱକପରେ ପାକିସ୍ତାନ ସହିତ ମ୍ୟାଚ୍ ଖେଳିବ ନାହିଁ ଭାରତ? BCCI ଦେଲା ଏହି ଜବାବ

ଏହା ବି ପଢ଼ନ୍ତୁ:-ପୁଣି କୋରୋନା ମାମଲାରେ ବୃଦ୍ଧି, ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ